ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୫ ଦିନ ବର୍ଷା

ଭୁବନେଶ୍ୱର,୧୮ା୭(ଅନିଲ ଦାସ):ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ୧୮ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାକୁ ଏଲୋୱାର୍ନିଂ ଜାରି କରାଯାଇଛି। ୧୯ ତାରିଖରେ ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ, ୨୦ରେ ଗଞ୍ଜାମ, ପୁରୀ, ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଗଜପତି, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ ଓ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ନେଇ ଆକଳନ କରାଯାଇଛି। ଏହି ସମୟରେ ଘୂର୍ଣ୍ଣିବଳୟ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବ। ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। ସମ୍ବଲପୁର ୧୨୭.୮, ବରଗଡ ୧୨୮.୪, ଚାନ୍ଦବାଲିରେ ୫୧ ପ୍ରତିଶତ ବର୍ଷା ହୋଇଥିବା ବେଳେ ଅନୁଗୋଳ ୩୬, ହୀରାକୁଦ ୫୭, ତାଳଚେର ୬୨, ବଲାଙ୍ଗୀର ୪୧.୩, ଫୁଲବାଣୀ ୩୦, ସୋନପୁର ୬୩, ବୌଦ୍ଧ ୭୩, ପାରଳାଖେମୁଣ୍ଡି ୪୨.୪, ଦେବଗଡରେ ୪୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri