ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୨୪ ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୭ା୭(ଅନିଲଦାସ)- ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ୧୮ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାକୁ ଏଲୋୱାର୍ନିଂ ଜାରି କରାଯାଇଛି। ୧୯ ତାରିଖରେ ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର ଓ ମୟୂରଭଞ୍ଜ, ୨୦ରେ ଗଞ୍ଜାମ, ପୁରୀ, ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା ଓ ଜଗତ୍‌ସିଂହପୁର ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଗଜପତି, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ ଓ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବା ନେଇ ଆକଳନ କରାଯାଇଛି। ଏହି ସମୟରେ ଘୂର୍ଣ୍ଣିବଳୟ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବ। ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri