ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବାତ୍ୟା ଆଶଙ୍କା, ଚାଷୀଙ୍କ ମଧ୍ୟରେ ଭାଳେଣି

ଭୁବନେଶ୍ୱର, ୨୧ା୧୧(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଗୁରୁବାର ସନ୍ଧ୍ୟା ସୁଦ୍ଧା ଘୂର୍ଣ୍ଣିବଳୟଟି ଷ୍ଟ୍ରେଟ୍‌ ଅଫ୍‌ ମଲାକ୍କା (ଇଣ୍ଡୋନେସିଆ ଦେଇ ଆଣ୍ଡାମାନ ସାଗରକୁ ସଂଯୋଗ କରୁଥିବା ଜଳପଥ)ର ସମୁଦ୍ରପତ୍ତନଠାରୁ ୫.୮ କିମି ବିସ୍ତୀର୍ଣ୍ଣ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ନଭେମ୍ବର ୨୨ରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ତେବେ ଏହାକୁ ନେଇ ବାତ୍ୟା ଆଶଙ୍କା ପ୍ରକାଶ ପାଇଥିଲେ ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଏହି ଘୂର୍ଣ୍ଣିବଳୟ ପାଇଁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ ଓ ୨୪ ତାରିଖ ବେଳକୁ ଦକ୍ଷିଣ ଅବପାତର ରୂପ ନେଇପାରେ। ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ୍‌ ୨୬ ତାରିଖ ବେଳକୁ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ଏଭଳି ସୂଚନାକୁ ନେଇ ଚାଷୀଙ୍କ ମଧ୍ୟରେ ଭାଳେଣି ପଡ଼ିଛି। ବାତ୍ୟା ଓ ବର୍ଷା ଆଶଙ୍କାରେ ଦିନ କାଟୁଛନ୍ତି। ଏବେ ଅମଳ ସମୟ ଆରମ୍ଭ ହୋଇଥିଲେ ମଧ୍ୟ ବିଲରେ ପାଣି ରହିଛି। ପୁଣି ଧାନ ଅମଳ ପାଇଁ ଶ୍ରମିକ ଅଭାବ ଚିନ୍ତା ବଢ଼ାଇଛି। ସାମାନ୍ୟ ବର୍ଷା ହେଲେ ବି ବିଲରେ ଥିବା ପାଚିଲା ଧାନ ନଷ୍ଟ ହେବ ବୋଲି ଚାଷୀମାନେ କହୁଛନ୍ତି।
ଅପରପକ୍ଷେ ଏବେ ସାରା ରାଜ୍ୟରେ ତାପମାତ୍ରା ସାଧାରଣ ରହିଥିବାବେଳେ କେନ୍ଦ୍ରୀୟ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପାରଦ ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ଫୁଲବାଣୀ ଏବଂ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୧୧.୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ୪ଟି ସ୍ଥାନରେ ତାପମାତ୍ରା ୧୨ଡିଗ୍ରୀ କିମ୍ବା ଏହାଠାରୁ କମ୍‌ ରହିଥିବାବେଳେ ୧୨ଟି ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଥିବା ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri