ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲାରେ ଘଡ଼ଘଡ଼ି, ବିଜୁଳି ଓ ଝଟ୍‌କା ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଓ ଗୁରୁବାର ଦୁଇଦିନ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ଅକ୍ଟୋବର ୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏପଟେ ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ମଙ୍ଗଳବାର ୪ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥିଲା। ୧୫ଟି ସ୍ଥାନର ତାପମାତ୍ରା ୩୪ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୩୫.୪ ଡିଗ୍ରୀ ଛୁଇଁଥିବାବେଳେ ଭୁବନେଶ୍ୱର ୩୫.୨ ଡିଗ୍ରୀ, ପାରାଦୀପ ୩୫.୧ ଡିଗ୍ରୀ, ନୟାଗଡ଼ ୩୫ ଡିଗ୍ରୀ, ଛତ୍ରପୁର, ଚାନ୍ଦବାଲି ଓ ପାରଳାଖେମୁଣ୍ଡିରେ ୩୪.୬ ଡିଗ୍ରୀ, ବାଲେଶ୍ୱର, ପୁରୀ, ଭଦ୍ରକ ଓ ଗୋପାଳପୁରରେ ୩୪.୫ ଡିଗ୍ରୀ, ବାରିପଦା ଓ ତାଳଚେରରେ ୩୪.୨ ଡିଗ୍ରୀ, ଢେଙ୍କାନାଳ ଓ ବଲାଙ୍ଗୀରେ ୩୪ ଡିଗ୍ରୀ ରହିଥିଲା।
ଅନ୍ୟପକ୍ଷରେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଗଭୀର ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ସନ୍ଧ୍ୟାବେଳକୁ ମ୍ୟାନ୍‌ମାର ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ସଂଲଗ୍ନ ମ୍ୟାନ୍‌ମାର, ମିଜୋରାମ, ତ୍ରିପୁରା ଓ ଉତ୍ତର-ପୂର୍ବ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଆଡ଼କୁ ଗତିକରି କ୍ରମଶଃ ଦୁର୍ବଳ ହେବ ବୋଲି ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା: ୨୫ ଦିନ ହେଲା ନାହିଁ ବିଜୁଳି, ଗରମରେ ସିଝୁଛନ୍ତି ଛାତ୍ରୀଛାତ୍ର

ବାଲିଗୁଡ଼ା,୮ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍‌ରୁମ୍‌ ନିର୍ମାଣ କରି ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଛି। ହେଲେ ବିଦ୍ୟୁତ୍‌ ନ ଥିବାରୁ ସେହି ସ୍ମାର୍ଟ କ୍ଲାସ୍‌ରୁମ୍‌…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

ପ୍ରଶାସନିକ ସ୍ତରରେ ଅଦଳବଦଳ; ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୮।୧୦: ପ୍ରଶାସନିକ ସ୍ତରରେ ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କ ବଦଳି ହୋଇଛନ୍ତି । ଭୁବନେଶ୍ବର ସ୍ଥିତ ROTIର ଯୁଗ୍ମ ନିର୍ଦ୍ଦେଶକ ଭାବେ…

ଦିଗପହଣ୍ଡିରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ଅନେକ ଦାବି ନେଇ ବନ୍ଦ ପାଳନ

ଦିଗପହଣ୍ଡି,୮ା୧୦(ଅଶେଷ ନାଥ ମିଶ୍ର): ରାଜ୍ୟ ପ୍ରଦେଶ କଂଗ୍ରେସ କମିଟି, ସିପିଆଇ,ସିପିଆଇ(ଏମ) ଏବଂ ଇଣ୍ଡି ମେଣ୍ଟର ଅନ୍ୟାନ୍ୟ ସମସ୍ତ ଦଳ ପକ୍ଷରୁ ଗୁରୁବାର ବନ୍ଦ ଡାକରା ଦିଆଯାଇଥିବା ଓଡ଼ିଶା…

ପଞ୍ଜାବ କିଙ୍ଗ୍ସକୁ ଲାଗିଲା ୪୪୦ ଭୋଲର୍ଟ ଝଟକା: ଟିମ୍‌ ଛାଡ଼ିଦେଲେ…

ନୂଆଦିଲ୍ଲୀ,୮।୧୧: ଆଇପିଏଲ୍‌ର ଆଗାମୀ ସିଜନ ପୂର୍ବରୁ ପଞ୍ଜାବ କିଙ୍ଗ୍ସକୁ ୪୪୦ ଭୋଲର୍ଟ ଝଟକା ଲାଗିଛି। ଦଳର କୋଚିଂ ଷ୍ଟାଫ୍‌ରୁ ଆଉ ଦୁଇଜଣ ସଦସ୍ୟ ବିଦାୟ ନେଇଛନ୍ତି। ରିପୋର୍ଟ…

ଶୋଇଥିବାବେଳେ ସ୍ବାମୀଙ୍କ ତଣ୍ଟି ଉପରେ ଚଢ଼ି ଜୀବନ ନେଇଗଲେ ସ୍ତ୍ରୀ, ଘର ବାହାରେ…

ଆଳି,୮ା୧୦(ବନମାଳୀ ସେନାପତି): ସ୍ବାମୀଙ୍କ ତଣ୍ଟି ଉପରେ ଛିଡ଼ା ହୋଇ ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?