ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲାରେ ଘଡ଼ଘଡ଼ି, ବିଜୁଳି ଓ ଝଟ୍‌କା ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ଓ ଗୁରୁବାର ଦୁଇଦିନ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ଅକ୍ଟୋବର ୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଏପଟେ ରାଜ୍ୟରେ ଏବେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ମଙ୍ଗଳବାର ୪ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥିଲା। ୧୫ଟି ସ୍ଥାନର ତାପମାତ୍ରା ୩୪ ଡିଗ୍ରୀ ଉପରେ ରେକର୍ଡ ହୋଇଥିଲା। ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୩୫.୪ ଡିଗ୍ରୀ ଛୁଇଁଥିବାବେଳେ ଭୁବନେଶ୍ୱର ୩୫.୨ ଡିଗ୍ରୀ, ପାରାଦୀପ ୩୫.୧ ଡିଗ୍ରୀ, ନୟାଗଡ଼ ୩୫ ଡିଗ୍ରୀ, ଛତ୍ରପୁର, ଚାନ୍ଦବାଲି ଓ ପାରଳାଖେମୁଣ୍ଡିରେ ୩୪.୬ ଡିଗ୍ରୀ, ବାଲେଶ୍ୱର, ପୁରୀ, ଭଦ୍ରକ ଓ ଗୋପାଳପୁରରେ ୩୪.୫ ଡିଗ୍ରୀ, ବାରିପଦା ଓ ତାଳଚେରରେ ୩୪.୨ ଡିଗ୍ରୀ, ଢେଙ୍କାନାଳ ଓ ବଲାଙ୍ଗୀରେ ୩୪ ଡିଗ୍ରୀ ରହିଥିଲା।
ଅନ୍ୟପକ୍ଷରେ ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଗଭୀର ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତିକରି ସନ୍ଧ୍ୟାବେଳକୁ ମ୍ୟାନ୍‌ମାର ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବାଂଲାଦେଶ ଓ ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ସଂଲଗ୍ନ ମ୍ୟାନ୍‌ମାର, ମିଜୋରାମ, ତ୍ରିପୁରା ଓ ଉତ୍ତର-ପୂର୍ବ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଆଡ଼କୁ ଗତିକରି କ୍ରମଶଃ ଦୁର୍ବଳ ହେବ ବୋଲି ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?