Posted inରାଜ୍ୟ

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ ହୋଇ ୧୨/ ୧୩ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ଦକ୍ଷିଣ-ପଶ୍ଚିମ ଉତ୍ତର ପ୍ରଦେଶ ଓ ସମୀପବର୍ତ୍ତୀ ଅଞ୍ଚଳରେ ଥିବା ଉପର ବାୟୁ ଘୂର୍ଣ୍ଣିବଳୟ ପରିସରରୁ ପୂର୍ବ ମଧ୍ୟପ୍ରଦେଶ ଓ ଛତିଶଗଡ଼ ଦେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ୍‌ ଜାରି ରହିଛି। ଏହା ସମୁଦ୍ର ପତ୍ତନଠାରେୁ ୦.୯ କି.ମି. ଉଚ୍ଚରେ ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏଥିଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଆଗାମୀ ୪ଦିନ ଅର୍ଥାତ୍‌ ୧୨ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ଶନିବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି। ଏଥିସହ ଘଡ଼ଘଡ଼ି ବିଜୁଳି ସମେତ ୪୦ ରୁ ୫୦ କି.ମି. ବେଗରେ ଝଟ୍‌କା ପବନ ବହିବା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ମଧ୍ୟ ହାଲୁକା ବର୍ଷା ଓ ପବନ ସହିତ ଘଡ଼ଘଡ଼ି ବିଜୁଳି ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri