ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ ଟ୍ରପ୍‌ଲାଇନ ମଧ୍ୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ବର୍ଷା, ପବନ, ଘଡ଼ଘଡ଼ିି ସହିତ କେତେକ ସ୍ଥାନରେ କୁଆପଥର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ବୁଧବାର ମୟୂରଭଞ୍ଜ, କେନ୍ଦୁଝର ଏବଂ ଯାଜପୁର ଜିଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।

ବର୍ଷା ସମୟରେ ୫୦ରୁ ୬୦ କି.ମି. ବେଗରେ ପବନ ବୋହିବା ସମ୍ଭାବନା ଥିବାରୁ ଏହି ସମୟରେ ଆବଶ୍ୟକ ନ ପଡ଼ିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼ ଏବଂ ଝାରସୁଗୁଡ଼ା ଜିଲାକୁ ବର୍ଷା ପବନ ଓ ଘଡ଼ଘଡ଼ି ବିଜୁଳି ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର ବେଳକୁ ବର୍ଷାର ପରିମାଣ ସାମାନ୍ୟ କମିବ ବୋଲି ପୂର୍ବାନୁମାନ କରାଯାଇଛି।
ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଗଞ୍ଜାମ ଜିଲା ଶେରଗଡ଼ରେ ସର୍ବାଧିକ ୧୦୫ ମି.ମି ବର୍ଷା ରେକର୍ଡ ହୋଇଛି। ସେହିପରି ବରଗଡ଼ ଜିଲା ଅତାବିରାରେ ୭୫ ମି.ମି., ମୟୂରଭଞ୍ଜ ଜିଲା ଶୁକୃଳିରେ ୪୬ ମି.ମି., ରରୁଅଁରେ ୪୫ ମି.ମି., କଟକ ଜିଲା ଆଠଗଡ଼ରେ ୪୧ ମି.ମି., ମୟୂରଭଞ୍ଜ ଜିଲା ଯଶୀପୁରରେ ୩୭.୨ ମି.ମି., ସାରସକଣାରେ ୩୪ ମି.ମି. ବର୍ଷା ହୋଇଯାଇଛି। ରାଜ୍ୟରେ କାଳବୈଶାଖୀ ପାଇଁ ଏବେ ଦିନ ତାପମାତ୍ରା ହ୍ରାସ ପାଇଛି। ତେବେ ଆସନ୍ତା ୩ଦିନ ପରେ ରାଜ୍ୟରେ ପୁଣି ପାଗ ବଦଳିବା ସହ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବୃଦ୍ଧି ପାଇବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୭.୭ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଭବାନୀପାଟଣାରେ ୩୭.୫, ନୂଆପଡ଼ାରେ ୩୭.୨ ଓ ପାରଳାଖେମୁଣ୍ଡିରେ ୩୭ ଡିଗ୍ରୀ ଦିନ ତାପମାତ୍ରା ରହିଥିବା ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପାଇଁ ସମୟ ନାହିଁ

କିଛି ଦିନର ବ୍ୟବଧାନ ପରେ ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଦ୍ୟ ହିଂସା ଦେଖାଦେଇଛି। ବିଷ୍ଣୁପୁର ଜିଲାର ମୋଇରାଙ୍ଗ ତ୍ରୋଙ୍ଗଲାଓବି ଅଞ୍ଚଳରେ ୬ ଏପ୍ରିଲରେ ଉଗ୍ରବାଦୀଙ୍କ ବୋମା…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri