ଘୂର୍ଣ୍ଣିବଳୟ:ବଢ଼ିଲା ବାତ୍ୟା ଆଶଙ୍କା

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗ ବାତ୍ୟା ନେଇ କୌଣସି ସୂଚନା ଦେଇ ନ ଥିବାବେଳେ ଆନ୍ତର୍ଜାତିକ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ(ଜିଏଫ୍‌ଏସ୍‌) ସମେତ ବିଭିନ୍ନ ପାଣିପାଗ ମଡେଲ କହୁଛି, ଲଘୁଚାପ ଘନୀଭୂତ ହୋଇ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଅଥବା ବାତ୍ୟାରେ ପରିଣତ ହେବ। ଏହା ଆସନ୍ତା ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଆନ୍ଧ୍ର କିମ୍ବା ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ସାମୁଦ୍ରିକ ଝଡ଼ ଘଣ୍ଟା ପ୍ରତି ୧୨୦ରୁ ୧୩୦ କି.ମି. ବେଗରେ ସ୍ଥଳଭାଗରେ ମାଡ଼ ହେବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୨/୩ ଦିନ ମଧ୍ୟରେ ବାତ୍ୟାର ରୂପରେଖକୁ ନେଇ ସ୍ପଷ୍ଟ ସୂଚନା ମିଳିପାରିବ। ଅନ୍ୟପକ୍ଷରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଗତ ଦୁଇଦିନ ହେବ ରାଜ୍ୟରେ ବର୍ଷା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ସମଗ୍ର ରାଜ୍ୟରେ ହାରାହାରି ୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି; ଯାହା ସ୍ବାଭାବିକଠାରୁ ୬୭ପ୍ରତିଶତ କମ୍‌ ରହିଛି। ସୋମବାର ସମ୍ବଲପୁରରେ ସର୍ବାଧିକ ୨୮.୮ମିମି ବର୍ଷା ହୋଇଥିବାବେଳେ ସୁନ୍ଦରଗଡ଼ରେ ୧୦.୫, ଝାରସୁଗୁଡ଼ାରେ ୧୫ମିମି ବର୍ଷା ହୋଇଛି। ତେବେ ଆସନ୍ତା ୧୯ ତାରିଖରୁ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ବର୍ଷା ହେବାର ଆଶଙ୍କା ରହିଛି। ସେହିଭଳି ୨୦ରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ଅଞ୍ଚଳ ସମେତ ଜଗତ୍‌ସିଂହପୁର, କଟକ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ୨୧ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri