ଘୂର୍ଣ୍ଣିବଳୟ:ବଢ଼ିଲା ବାତ୍ୟା ଆଶଙ୍କା

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଡିପ୍ରେସନରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗ ବାତ୍ୟା ନେଇ କୌଣସି ସୂଚନା ଦେଇ ନ ଥିବାବେଳେ ଆନ୍ତର୍ଜାତିକ ପାଣିପାଗ ମଡେଲ ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ(ଜିଏଫ୍‌ଏସ୍‌) ସମେତ ବିଭିନ୍ନ ପାଣିପାଗ ମଡେଲ କହୁଛି, ଲଘୁଚାପ ଘନୀଭୂତ ହୋଇ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଅଥବା ବାତ୍ୟାରେ ପରିଣତ ହେବ। ଏହା ଆସନ୍ତା ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଆନ୍ଧ୍ର କିମ୍ବା ଓଡ଼ିଶା ମଧ୍ୟ ଦେଇ ଅତିକ୍ରମ କରିବା ସମ୍ଭାବନା ରହିଛି। ସାମୁଦ୍ରିକ ଝଡ଼ ଘଣ୍ଟା ପ୍ରତି ୧୨୦ରୁ ୧୩୦ କି.ମି. ବେଗରେ ସ୍ଥଳଭାଗରେ ମାଡ଼ ହେବ ବୋଲି ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୨/୩ ଦିନ ମଧ୍ୟରେ ବାତ୍ୟାର ରୂପରେଖକୁ ନେଇ ସ୍ପଷ୍ଟ ସୂଚନା ମିଳିପାରିବ। ଅନ୍ୟପକ୍ଷରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଗତ ଦୁଇଦିନ ହେବ ରାଜ୍ୟରେ ବର୍ଷା ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ସମଗ୍ର ରାଜ୍ୟରେ ହାରାହାରି ୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି; ଯାହା ସ୍ବାଭାବିକଠାରୁ ୬୭ପ୍ରତିଶତ କମ୍‌ ରହିଛି। ସୋମବାର ସମ୍ବଲପୁରରେ ସର୍ବାଧିକ ୨୮.୮ମିମି ବର୍ଷା ହୋଇଥିବାବେଳେ ସୁନ୍ଦରଗଡ଼ରେ ୧୦.୫, ଝାରସୁଗୁଡ଼ାରେ ୧୫ମିମି ବର୍ଷା ହୋଇଛି। ତେବେ ଆସନ୍ତା ୧୯ ତାରିଖରୁ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ବର୍ଷା ହେବାର ଆଶଙ୍କା ରହିଛି। ସେହିଭଳି ୨୦ରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ଅଞ୍ଚଳ ସମେତ ଜଗତ୍‌ସିଂହପୁର, କଟକ, କନ୍ଧମାଳ, ବୌଦ୍ଧ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ୨୧ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?