ଆସୁଛି ବାତ୍ୟା, ଜାଣନ୍ତୁ ଓଡ଼ିଶାରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୨୫ା୧୦(ବନ୍ଦନା ସେଠୀ):ବଙ୍ଗୋପସାଗରରେ ଆସୁଛି ବାତ୍ୟା। ଏହାର ନାମ ଥାଇ ଭାଷାରେ ‘ମୋନ୍ଥା’। ଇତିମଧ୍ୟରେ ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି। ଶନିବାର ସୁଦ୍ଧା ଏହା ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାଖାପାଖି କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତରେ ପରିଣତ ହେବ। ୨୬ ତାରିଖ ସୁଦ୍ଧା ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ଏବଂ ଓଡ଼ିଶା ଉପରେ ଏହାର ପ୍ରଭାବ କ’ଣ ରହିବ ତାହା ଜଣାପଡି ନାହିଁ। ଲଘୁଚାପଟି ଅବପାତରେ ପରିଣତ ହେବା ପରେ ହିଁ ବାତ୍ୟାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ମାତ୍ର ଓଡ଼ିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ ଉପରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିପାରେ। ଏହା ପ୍ରଭାବରେ ୨୭ ତାରିଖରୁ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିବ। ୨୭ରୁ ୨୯ ତାରିଖ ୩ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଡ. ମହାନ୍ତି ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ଲଘୁଚାପ, ଅବପାତ ଓ ବାତ୍ୟା ଯୋଗୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ଉପରେ ବାରଣ କରାଯାଇଛି। ୨୬ ତାରିଖରୁ ପବନ ଆରମ୍ଭ ହେବା ସହ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ୩୫-୪୫ କି.ମି.ରୁ ୫୫ କି.ମି. ବେଗରେ ପବନ ବହିବ। ସେହିପରି ୨୭ ତାରିଖରେ ୪୫-୫୫ କି.ମି.ରୁ ୬୫ କି.ମି. ଏବଂ ୨୮ ଓ ୨୯ ତାରିଖରେ ୫୦-୬୦ କି.ମିରୁ ୭୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ସ୍ଥିତି ମଧ୍ୟମ ଧରଣର ଅଶାନ୍ତ ରହିବ। ୨୭ ତାରିଖରେ ଏହା ଅଶାନ୍ତରୁ ଅତି ଅଶାନ୍ତ ଏବଂ ୨୮ରୁ ୨୯ ପର୍ଯ୍ୟନ୍ତ ଅତ୍ୟନ୍ତ ଅଶାନ୍ତରୁ ଉଚ୍ଚ ହେବାର ସମ୍ଭାବନା ରହିଛି। ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରବିବାର ଏହିସବୁ ଜିଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ବୌଦ୍ଧ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ସୋମବାର ୨୭ତାରିଖରେ ରାଜ୍ୟର ସମସ୍ତ ଜିଲାକୁ ୟୋଲେ ୱାର୍ନିଂ ଏବଂ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ଏହି ସମୟରେ ବିଜୁଳି ଘଡଘଡି ସହିତ ଝଡ ପବନ ବହିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସତର୍କ କଲେ ଏସ୍‌ଆର୍‌ସି
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି)ଙ୍କ ପକ୍ଷରୁ ରାଜ୍ୟବାସୀଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ବାତ୍ୟା ସମୟରେ ସତର୍କ ରହିବାକୁ ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲାର ଜିଲାପାଳଙ୍କୁ ଏସ୍‌ଆର୍‌ସି ଚିଠି କରିଛନ୍ତି। ବିଶେଷକରି ଅରେଞ୍ଜ ଏବଂ ୟେଲୋ ୱାର୍ନିଂ ଦିଆଯାଇଥିବା ଜିଲାଗୁଡ଼ିକୁ ଅଧିକ ସତର୍କ ରହିବାକୁ ହେବ। ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ହେବାକୁ ପଡିବ। କୁଆପଥର ମାଡ଼ ଓ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଆଶ୍ରୟସ୍ଥଳୀ ଭାବେ ବାଛିବା ନେବାକୁ ପରାମର୍ଶ ଦିଆଯାଇଛି। ଏଥିସହ ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହୁଥିବାରୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ଏବଂ ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ତୁରନ୍ତ ଫେରିଆସିବାକୁ ସୂଚନା ଜାରି କରାଯାଇଛି।
ବାତ୍ୟା ନାଁ ‘ମୋନ୍ଥା’
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ବାତ୍ୟାର ନାମ ଥାଇ ଭାଷାରେ ‘ମୋନ୍ଥା’ ରଖାଯିବ। ଥାଇଲାଣ୍ଡରେ ଅର୍ଥାତ୍‌ ଥାଇ ଭାଷାରେ ‘ମୋନ୍ଥା’ର ଅର୍ଥ ସୁଗନ୍ଧିତ ଫୁଲ ବା ସୁନ୍ଦର ଫୁଲ। ବାତ୍ୟାଗୁଡିକୁ ବିଶ୍ବ ପାଣିପାଗ ସଂସ୍ଥା ପକ୍ଷରୁ ନାମକରଣ କରାଯାଇଥାଏ। ଟ୍ରପିକାଲ ସ୍ଲାଇକ୍ଲୋନ ପାଇଁ ୧୩ଟି ଦେଶ ନାମକରଣ କରିଥାନ୍ତି। ଏହି ଦେଶଗୁଡ଼ିକ ହେଉଛନ୍ତି ଭାରତ, ବାଂଲାଦେଶ, ଇରାନ, ମାଳଦୀପ, ମ୍ୟାନ୍‌ମାର୍‌, ଓମାନ, ପାକିସ୍ତାନ, କତାର, ସାଉଦିଆରବ, ଶ୍ରୀଲଙ୍କା, ଥାଇଲାଣ୍ଡ, ୟୁଏଇ ଏବଂ ୟେମେନ। ପ୍ରତି ଦେଶ ବାତ୍ୟାର ନାମକରଣ ପାଇଁ ଏକ ନାମ ତାଲିକା ପ୍ରଦାନ କରିଥାନ୍ତି। ଏହାକୁ ବିଶ୍ବ ପାଣିପାଗ ସଂସ୍ଥା ବ୍ୟବହାର କରିଥାଏ। ସାଇକ୍ଲୋନକୁ ଚିହ୍ନଟ, ଟ୍ରାକ ଓ ବିପର୍ଯ୍ୟୟ ସଚେତନତା ପାଇଁ ନାମଗୁଡିକୁ ବ୍ୟବହାର କରାଯାଇଥାଏ। ଓଡ଼ିଶାରେ ମହାବାତ୍ୟା ପରେ ବାତ୍ୟାଗୁଡିକର ନାମକରଣ କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri