Posted inରାଜ୍ୟ

ଆସୁଛି ବାତ୍ୟା ଓଡିଶାର ଏହିସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଦକ୍ଷିଣ- ଦକ୍ଷିଣ ପୂର୍ବ ସାଗର ଦ୍ୱୀପ ଠାରୁ ୩୮୦ କିଲୋମିଟର ଏବଂ ବାଂଲାଦେଶ ଖେପୁପାରା ଠାରୁ ୪୯୦ କିଲୋମିଟର ଦକ୍ଷିଣରେ କେନ୍ଦ୍ରୀଭୂତ ରହିଛି।

ଏହା କ୍ରମଶଃ ତୀବ୍ର ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ। ଆସନ୍ତାକାଲି ସା ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହୋଇ ସାଗରଦ୍ୱୀପ ଓ ଖେପୁପରା ମଝିରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଉତ୍ତର ଓ ଉପୂକଳ ଓ କେତେକ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ସମ୍ଭାବ୍ୟ ବାତ୍ୟା ନେଇ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଜିଲାର ଜିଲାପାଳମାନଙ୍କୁ ସତର୍କ ରହିବା ପାଇଁ ସୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ରବିବାର ସକାଳ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବୋଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ନୁଆପଡା ଜିଲାର ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବାର ସମ୍ଭାବନା ରହିଛି।ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ସେହିଭଳି ସୋମବାର ସକାଳ ସୁଦ୍ଧା ଉତ୍ତର ତଟବର୍ତ୍ତୀ ଜିଲାର ଅଧିକାଂଶ ସ୍ଥାନରେ, ଦକ୍ଷିଣ ତଟବର୍ତ୍ତୀ ଜିଲା ଅନେକ ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିପାରେ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, କେନ୍ଦୁଝର, ମୟୂରଭଞ୍ଜ, ଏବଂ ଜଗତ୍ସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri