Posted inଜାତୀୟ

ବାଂଲାଦେଶ-ମ୍ୟାନମାର ମୁହାଁ ହୋଇପାରେ ବାତ୍ୟା: ପାଣିପାଗ ବିଭାଗ ପୂର୍ବାନୁମାନ…

ନୂଆଦିଲ୍ଲୀ,୮।୫ : ସମ୍ଭାବ୍ୟ ବାତ୍ୟା ବିଷୟରେ ଭାରତ ପାଣିପାଗ ବିଭାଗ (ଆଇଏମଡି) ପୁଣି ଥରେ ପୁର୍ବାନୁମାନ କରିଛି। ବିଭାଗ କହିଛି ସୋମବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ସହିତ ଏକ ନିମ୍ନ ଚାପ ଅଞ୍ଚଳ ସୃଷ୍ଟି ହୋଇଛି। ଏହା ବାତ୍ୟାକୁ ଘନୀଭୁତ କରିପାରେ। ଆଇଏମଡି ମହାନିର୍ଦ୍ଦେଶକ ମତ୍ୟୁଞ୍ଜୟ ମହାପାତ୍ର ଏହି ବାଦ୍ୟାର ତୀବ୍ରତାକୁ ନିଶ୍ଚିତ କରିଛନ୍ତି।

ମହାପାତ୍ର କହିଛନ୍ତି, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ସହିତ ଏକ ନିମ୍ନ ଚାପ ଅଞ୍ଚଳ ସୃଷ୍ଟି ହୋଇଛି। ଏହି କାରଣରୁ ମେ ୯ ତାରିଖ ପଶ୍ଚିମବଙ୍ଗର ଦକ୍ଷିଣ-ପୂର୍ବ ଉପକୂଳ, ପୂର୍ବ ସେଣ୍ଟ୍ରାଲ ବେ ଏବଂ ଆଣ୍ଡାମାନ ସାଗରର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

କୁହାଯାଉଛି ଏହି ଝଡ ଆସନ୍ତା ମେ ୧୧ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ବଙ୍ଗୋପସାଗରର ପୂର୍ବ-ମଧ୍ୟଭାଗକୁ ଯାଇପାରେ। ଏହା ପରେ, ବାଂଲାଦେଶ-ମ୍ୟାନମାର ଉପକୂଳ ଆଡକୁ ଧୀରେ ଧୀରେ ଉତ୍ତର-ପୂର୍ବ ଦିଗକୁ ଫେରିବାର ସମ୍ଭାବନା ଅଛି। ପାଣିପାଗ କାର୍ଯ୍ୟାଳୟ ଏହା ପୂର୍ବରୁ କହିଥିଲା, ମେ ୧୦ ରୁ ମେ ୧୨ ପର୍ଯ୍ୟନ୍ତ ସମୁଦ୍ର ଅସ୍ଥିର ରହିପାରେ।

ଆଇଏମଡି ମଧ୍ୟ ସତର୍କ ଜାରି କରିଛି। ଏଥିରେ କୁହାଯାଇଛି, ଯେଉଁ ଧୀବରମାନେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏବଂ ଦକ୍ଷିଣ ଆଣ୍ଡାମାନ ସାଗରରେ ଅଛନ୍ତି ସେମାନେ ନିରାପଦ ସ୍ଥାନକୁ ଫେରିବା ଉଚିତ। ଏଥିସହ ଯେଉଁମାନେ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ସାଗରରେ ଅଛନ୍ତି ସେମାନଙ୍କୁ ଆସନ୍ତା ୯ ତାରିଖ ପୂର୍ବରୁ ଫେରିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗ ମଧ୍ୟ ମେ ୮ ରୁ ମେ ୧୨ ପର୍ଯ୍ୟନ୍ତ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ ନିକଟରେ ପର୍ଯ୍ୟଟନ ତଥା ଅଫଶୋର କାର୍ଯ୍ୟକଳାପକୁ ନିୟନ୍ତ୍ରଣ କରିବାକୁ ପରାମର୍ଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri