ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର ଗଭୀର ଅବପାତ ଓ ୨୬ ତାରିଖ ସୋମବାର ସକାଳ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବା ଆଶଙ୍କା ରହିଛି। ପରେ ବାତ୍ୟା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆହୁରି ଶକ୍ତିଶାଳୀ ହେବ। ୨୮ ତାରିଖ ପୂର୍ୱାହ୍ନରେ ଏହା ଆନ୍ଧ୍ରପ୍ରଦେଶର ବାପଟଲା ଓ ବିଶାଖାପାଟଣା ମଧ୍ୟରେ ୟାନମ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିମି ରହିବା ସହ ଝଟକା ପବନ ୧୪୦ କିମି ପର୍ଯ୍ୟନ୍ତ ପହଞ୍ଚତ୍ପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ପ୍ରାକ୍‌-ବାତ୍ୟା ସତର୍କ ସୂଚନା ଜାରି କରିଛି। ତେବେ ବାତ୍ୟା ଓ ଅବପାତ ପ୍ରଭାବରେ ଓଡ଼ିଶାରେ ପବନ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୭ ତାରିଖରେ ଜଗତ୍‌ସିଂହପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ପୁରୀ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ୱାର୍ନିଂ ରହିଛି। ଏହି ସମୟରେ ପବନର ବେଗ ୫୦ କି.ମି. ପର୍ଯ୍ୟନ୍ତ ରହିବ। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନବରଙ୍ଗପୁର, ଖୋର୍ଦ୍ଧା, ନୟାଗଡ଼ ଜିଲାରେ ପ୍ରବଳ ବର୍ଷା ହେବ। ବାତ୍ୟା ଆନ୍ଧ୍ର ଉପକୂଳ ଛୁଇଁବା ସମୟରେ ଅର୍ଥାତ୍‌ ୨୮ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲାରେ ଅତ୍ୟଧିକ ପ୍ରବଳ ବର୍ଷା ହେବା
ନେଇ ରେଡ୍‌ ଓ୍ୱାର୍ନିଂ ଦିଆଯାଇଛି। ଏହି ସମୟରେ ସର୍ୱାଧିକ ୮୦ କି.ମି. ବେଗରେ ପବନ ବହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାରେ ମଧ୍ୟ ବର୍ଷା ହେବ। ୨୯ରେ ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ୱଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ବର୍ଷା ଓ ପବନ ନେଇ ସତର୍କ କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

‘ମୁଁ ଫୋନ୍ କରୁଥିଲି କିନ୍ତୁ…’… ବିରାଟ କୋହଲିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ DCର କୋଚ୍

ନୂଆଦିଲ୍ଲୀ,୨୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବିରୋଧରେ ପୁଣିଥରେ ଏକ ବଡ଼ ଅଭିଯୋଗ ଆସିଛି। ପୂର୍ବତନ ଭାରତୀୟ ସ୍ପିନର୍…

ଆସୁଛି ବାତ୍ୟା: ଇନ୍ଦ୍ରାବତୀର ୨ ଗେଟ୍‌ ଖୋଲିଲା

ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ୩ ଓ ୬ ନମ୍ବର ଗେଟ୍‌ରୁ ୧୩୩…

୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ସହ ୯ ମୋବାଇଲ ଜବତ, ୭ ଜୁଆଡ଼ିଙ୍କୁ ଗିରଫ କରି…

ଗଞ୍ଜାମ,୨୪ା୧୦(ବିଦ୍ୟାଧର ସାହୁ): ରମ୍ଭା ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପୋଇରାଶି ପଞ୍ଚାୟତ ବରପଲ୍ଲୀ ଓ ଭୁଆଁଭୂଇଁ ଗ୍ରାମ ନିକଟସ୍ଥ ଠାକୁରାଣୀ ମନ୍ଦିରଠାରେ ଜୁଆଆଡ୍ଡା ଚାଲିଥିବାବେଳେ ରମ୍ଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?