Posted inଜାତୀୟ

ତାଣ୍ଡବ ରଚିଲା ‘ମାଣ୍ଡୋସ୍‌’ ଆନ୍ଧ୍ର-ପ୍ରଦେଶ, ତାମିଲନାଡୁରେ ପବନ ସାଙ୍ଗକୁ ପ୍ରବଳ ବର୍ଷା, ସ୍କୁଲ କଲେଜ ବନ୍ଦ

ତାମିଲନାଡୁ/ଚେନ୍ନାଇ,୧୦ ।୧୨: ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ମାଣ୍ଡୋସ’ ଏବେ ଦକ୍ଷିଣ ରାଜ୍ୟରେ ତା’ର ପ୍ରଭାବ ଦେଖାଇଛି । ଆନ୍ଧ୍ର ପ୍ରଦେଶ, ତାମିଲ ନାଡୁ ଓ ପୁଡୁଚେରୀ ରାଜ୍ୟରେ ମାଣ୍ଡୋସ ଯୋଗୁ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହୁଛି । ପାଣିପାଗ ବିଭାଗ ପକ୍ଷରୁ ପ୍ରଥମରୁ ଏହି ଘୁର୍ଣ୍ଣିଝଡ଼କୁ ନେଇ ଚେତାବନୀ ଜାରି କରାଯାଇଥିଲା ।
ପଣିପାଗ ବିଭାଗର ସୂଚନା ଅନୁଯାୟୀ ୧୧ ଡିସେମ୍ବର ପର୍ଯ୍ୟନ୍ତ ଉତ୍ତର ତାମିଲ ନାଡୁ ଓ ଆନ୍ଧ୍ର ପ୍ରଦେଶର ଉପକୂଳ ପ୍ରଭାବିତ ହେବ । ଏହି ସମୟରେ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ବାରଣ କରାଯାଇଛି । ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ଅଧିକ ଥିବାରୁ ସାଧାରଣ ଜନଜୀବନ ବାଧାପ୍ରାପ୍ତ ହୋଇଛି । ପ୍ରଭାବିତ ରାଜ୍ୟରେ ସ୍କୁଲ, କଲେଜ ଛୁଟି ଘୋଷଣା କରାଯାଇଛି ।
ମାଣ୍ଡୋସ ଶୁକ୍ରବାର ରାତିରେ ତାମିଲନାଡୁ ଉପକୂଳରେ ଲ୍ୟାଣ୍ଡଫଲ କରିଥିବା ବେଳେ ଏହାର ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା ହୋଇଛି । ଚେନ୍ନାଇରେ ବି ସ୍କୁଲ କଲେଜ ବନ୍ଦ କରି ଦିଆଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଚେତାବନି ଅନୁଯାୟୀ, ଶନିବାର ଏହା ଅଧିକ ମାତ୍ରାରେ ପ୍ରଭାବିତ କରିବ । ଏହାପରେ ମାଣ୍ଡୋସ ଦୁର୍ବଳ ହୋଇଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ ପ୍ରାଥମିକ…

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri