Posted inଜାତୀୟ

ଆନ୍ଧ୍ର ମୁହାଁ ବାତ୍ୟା ମିଗଜୋମ, ପ୍ରବଳ ବର୍ଷାରେ ବୁଡ଼ିଲା ତାମିଲନାଡୁ

ଚେନ୍ନାଇ,୪ା୧୨: ବାତ୍ୟା ମିଗଜୋମ ଯୋଗୁଁ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ପୁଡୁଚେରୀରେ ବର୍ତ୍ତମାନ ପ୍ରବଳ ବର୍ଷା ଲାଗି ରହିଛି। ପ୍ରବଳ ବର୍ଷା ହେତୁ ଚେନ୍ନାଇ ସହର ଏବଂ ବିମାନବନ୍ଦରର ରନୱେ ଜଳମଗ୍ନ ହୋଇଯାଇଛି। ବର୍ଷାରେ ସୃଷ୍ଟି ହୋଇଥିବା ବନ୍ୟା ଏତେ ଶକ୍ତିଶାଳୀ ଯେ ଅନେକ କାର ଭାସି ଯାଇଛି। ଏହାରି ମଧ୍ୟରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବାତ୍ୟା ମିଗଜୋମ ମଙ୍ଗଳବାର ଘୂର୍ଣ୍ଣିବଳୟରେ ପରିଣତ ହେବ ଏବଂ ନେଲୋର ଏବଂ ମାଛିଲିପାଟନମ୍ ମଧ୍ୟରେ ବାପ୍ଟା ନିକଟ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପହଞ୍ଚିବ।

ଗୃହମନ୍ତ୍ରୀ ଅମିତ ଶାହା ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଏବଂ ପୁଡୁଚେରୀର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ଘୂର୍ଣ୍ଣିବଳୟ ପରିସ୍ଥିତିକୁ ଅନୁଧ୍ୟାନ କରିଛନ୍ତି। ଏହି ସମୟରେ ଗୃହମନ୍ତ୍ରୀ କେନ୍ଦ୍ରୀୟ ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି।

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ସ୍ଥାନୀୟ ଲୋକଙ୍କ ସୁରକ୍ଷା ତଥା ରିଲିଫ କାର୍ଯ୍ୟ ପାଇଁ ବାପାଟଲା କଲେକ୍ଟରେଟ ତୁରନ୍ତ ଏବଂ ବ୍ୟାପକ ପଦକ୍ଷେପ ନେଇଛନ୍ତି। ଏହି ଘୂର୍ଣ୍ଣିବଳୟକୁ ଦୃଷ୍ଟିରେ ରଖି ଅଧିକାରୀମାନଙ୍କୁ ସତର୍କ କରାଯାଇଛି। ଏହା ବ୍ୟତୀତ ୨୪ ଘଣ୍ଟିଆ ସମନ୍ୱୟ ଏବଂ ପରିସ୍ଥିତି ଉପରେ ନଜର ରଖିବା ପାଇଁ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ସ୍ଥାପନ କରାଯାଇଛି।

ଏହା ବ୍ୟତୀତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଏଠାରେ ଅନେକ ଗାଡି ନିୟୋଜିତ କରାଯାଇଛି। ଅଭାବୀ ଲୋକଙ୍କୁ ତୁରନ୍ତ ସହାୟତା ଯୋଗାଇବା ପାଇଁ ମେଡିକାଲ କ୍ୟାମ୍ପ ମଧ୍ୟ ସ୍ଥାପନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri