ବାତ୍ୟା ମିଗ୍‌ଜୋମ୍‌: ପ୍ରବଳ ବର୍ଷା ଯୋଗୁ ମାଆ ଗୃହକୁ ସ୍ଥାନାନ୍ତରିତ ହେଲେ ଗର୍ଭବତୀ ମହିଳା

ଗଜପତି,୬।୧୨(ଗିରିଧାରୀ ପରିଛା): ଗଜପତି ଜିଲାରେ ବାତ୍ୟା ମିଗ୍‌ଜୋମ ଯୋଗୁଁ ବର୍ଷା ଜାରି ରହିଥିବା ବେଳେ କ୍ରମଶଃ ବର୍ଷାର ପରିମାଣ କମିବାରେ ଲାଗିଛି। କିନ୍ତୁ ଜିଲାରେ ବାତ୍ୟାର ପ୍ରଭାବ ଯେଉଁଭଳି ଭାବେ ଆକଳନ କରାଯାଇଛି ସେହିପରି ପ୍ରଭାବ ପଡିନି। ପୂର୍ବରୁ ପାଣିପାଗ ବିଭାଗ ପକ୍ଷରୁ ସୂଚନାକୁ ନେଇ ଜିଲା ପ୍ରଶାସନ ମଧ୍ୟ କ୍ରିୟାଶୀଳ ହୋଇପଡିଥିଲା। ବିଭାଗ ପକ୍ଷରୁ ଗଜପତି ଜିଲାକୁ ଓରେଞ୍ଜ ଓ୍ବାର୍ଣ୍ଣିଂ ଦିଆଯାଇଥିଲା।
ଜିଲାରେ ଚଳିତ ବର୍ଷ ବୃଷ୍ଟିପାତ କମ ସାଙ୍ଗକୁ ଜଳସେଚନର ଅସୁବିଧା ଯୋଗୁ ଧାନ ଫସଲ ନଷ୍ଟ ହୋଇଥିବା ବେଳେ ଯାହା କିଛି ବଞ୍ଚିଥିଲା ଏବେ ବାତ୍ୟା ହେବା ଯୋଗୁଁ ଧାନ କପା ଓ ମକା ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଅଛି। ପୂର୍ବରୁ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଚାଷୀମାନଙ୍କୁ ଧାନ ଫସଲ ସୁରକ୍ଷା ନେଇ ବିଭିନ୍ନ ସଚେତନତା କରାଯାଇଥିଲା। କିନ୍ତୁ ଅଳ୍ପ କିଛି ଚାଷୀ ନିଜ ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଥିବା ଜଣାପଡିଛି।

ବାତ୍ୟା ପ୍ରଭାବରୁ ଗଜପତି ଜିଲାରେ ପ୍ରବଳ ବର୍ଷା ହେବ ସମ୍ଭାବନା ରହିଛି । ତେଣୁ ଏସଆରସିଙ୍କ ନିର୍ଦ୍ଦେଶକ୍ରମେ ବୁଧବାର ଦିନ ସମସ୍ତ ପ୍ରାଥମିକ ବିଦ୍ୟାଳୟ, ଅଙ୍ଗନବାଡି,ବେସରକାରୀ ସ୍କୁଲ ସମସ୍ତକୁ ଛୁଟି ଘୋଷଣା କରାଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲାରେ ସମସ୍ତ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର, ଘରୋଇ ସ୍କୁଲ ଛୁଟି ଘୋଷଣା କରାଯାଇଥିଲା ବୋଲି ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନ କହିଛନ୍ତି ।

ତେବେ ରବିବାର ଦିନ ଠାରୁ ବାତ୍ୟାର ପ୍ରଭାବରୁ ଝିପିଝିପି ବର୍ଷା ଚାଲୁ ରହିଛି। ବର୍ତ୍ତମାନ ଯାଏ ଜିଲାର କୋଣସି ସ୍ଥାନରେ ସେଭଳି ଅଧିକ ବର୍ଷା ହେବାର ସୂଚନା ନାହିଁ। ତେଣୁ ଜିଲାର ସମସ୍ତ ଅଞ୍ଚଳରେ ଲୋକଙ୍କୁ ସଚେତନ କରାଯିବା ସହ ୧୫ଜଣ ଗର୍ଭବତୀ ମାଆମାନଙ୍କୁ ମାଆ ଗୃହକୁ ସ୍ଥାନାନ୍ତରିତ କରାଯାଇଛି। ଜିଲାରେ ସର୍ବାଧିକ କାଶୀନଗର ବ୍ଲକରେ ୧୯.୩୪ ମିମି ବର୍ଷା ହୋଇଥିବା ବେଳେ ଗୋଶାଣୀ ବ୍ଲକରେ ସର୍ବନିମ୍ନ ୮ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି। ଜିଲାରେ ମୋଟ ୯୩.୩ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ହାରାହାରି ବୃଷ୍ଟିପାତ ୧୧.୬ମିମି ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ବାତ୍ୟା ପରିସ୍ଥିତିର ମୁକାବିଲା କରିବା ପାଇଁ ଜିଲା ପ୍ରଶାସନ ତରଫରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପରେ ପ୍ରଥମଥର ଏକାଠି ନଜର ଆସିଲେ ରଶ୍ମିକା-ବିଜୟ, ବିମାନବନ୍ଦରରେ ଗ୍ରାଣ୍ଡ ଓ୍ବେଲକମ୍‌ କଲେ ପ୍ରଶଂସକ

ମୁମ୍ବାଇ: ଦକ୍ଷିଣ ସିନେମାର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ଫେବୃଆରୀ ୨୬ ତାରିଖରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ବିବାହ ପରେ…

କେନ୍ଦ୍ରୀୟ ବିଦ୍ୟାଳୟ ଅସ୍ଥାୟୀ କୋଠା ମରାମତିରେ ଖର୍ଚ୍ଚ ହେବ ୪୯ ଲକ୍ଷ ଟଙ୍କା, +୨ ଖୋଲିବା ପାଇଁ…

ଭଞ୍ଜନଗର,୨୭ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଚଳିତ ବର୍ଷର ତୃତୀୟ ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଉପଜିଲାପାଳ ତଥା…

ଚତୁର୍ଥୀ କରିବାକୁ ରାଜି ହେଲେନି ନବବଧୂ, ଶାଶୁ କଲେ ଏମିତି କାମ, ଭିଡିଓ ଦେଖିଲେ…

ଲକ୍ଷ୍ନୌ,୨୭।୨: ଆଜିକାଲି ସୋସିଆଲ ମିଡିଆରେ ବିଭିନ୍ନ ଭିଡିଓ ଭାଇରାଲ ହେଉଛି। କିଛି ଲୋକଙ୍କୁ ହସାଇଥାଏ, ଆଉ କିଛି ସେମାନଙ୍କୁ ଚକିତ କରିଦିଏ। କେତେବେଳେ ଏପରି ଭିଡିଓ ସାମ୍ନାକୁ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ପୂର୍ବତନ ଏମପି କେ. କବିତା ନିର୍ଦ୍ଦୋଷରେ ଖଲାସ, କୋର୍ଟ ରାୟ ଉପରେ କହିଲେ…

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀର ଏକ କୋର୍ଟ ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ଝିଅ କେ. କବିତାଙ୍କୁ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତିରେ ଦୋଷମୁକ୍ତ କରିଛନ୍ତି।…

ଏଥର ଚତୁର୍ଥ ଆସନ ଲଢ଼ିବ ବିଜେଡି, ସାରଦା ଜେନା କହିଲେ ବର୍ତ୍ତମାନ ଦଳର ସବୁ ବିଧାୟକ…

ଭୁବନେଶ୍ୱର,୨୭ା୨: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡି ବିଧାୟକ ସାରଦା ଜେନା ଶୁକ୍ରବାର ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଚତୁର୍ଥ ଆସନ ଲଢ଼ିବ।…

ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ, ଲକ୍ଷଲକ୍ଷ ଇଣ୍ଡିଆନ ରେଲେଓ଼୍ବରେ ହେବ…

ନୂଆଦିଲ୍ଲୀ,୨୭।୨: ରେଳ ମନ୍ତ୍ରଣାଳୟ ପେନସନଭୋଗୀଙ୍କୁ ସାଇବର ଠକେଇ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇ ଏକ ସରକାରୀ ପରାମର୍ଶ ଜାରି କରିଛି। ସମ୍ପ୍ରତି, ଅନେକ ମାମଲା ସାମ୍ନାକୁ…

ରାଜ୍ୟ ସଭା କଂଗ୍ରେସ ପ୍ରାର୍ଥୀକୁ ନେଇ ଭକ୍ତଙ୍କ ବଡ଼ ଘୋଷଣା, ଲିଷ୍ଟରେ ରଖିଲେ ଏହି ୫ ଜଣଙ୍କ ନାଁ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୭।୨: ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri