Posted inଜାତୀୟ

ସ୍ଥଳଭାଗ ମୁହାଁ ବାତ୍ୟା ‘ମିଗ୍‌ଜୋମ’: ନେଲୋର-ମଚ୍ଛଲିପଟନମ୍‌ ଦେଇ କରିବ ଅତିକ୍ରମ

ଚେନ୍ନାଇ,୫।୧୨: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇ ତାଣ୍ଡବ ଚରିବା ଆରମ୍ଭ କରିଦେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୯କି.ମି. ବେଗରେ ଗତି କରୁଛି। ଏହା ଆହୁରି ବଳଗୋଟାଇ ମଙ୍ଗଳବାର ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମ୍‌ ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସ୍ଥଳ ଭାଗ ଛୁଇଁବା ବେଳକୁ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ଓ ବେଳେବେଳେ ୧୧୦ କି.ମି. ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏନେଇ ଆନ୍ଧ୍ରପ୍ରଦେଶର ୮ଟି ଜିଲାକୁ ହାଇଆଲର୍ଟ ଜାରି କରାଯାଇଛି।

ଚେନ୍ନାଇରେ ପ୍ରବଳ ବର୍ଷା ଓ ପ୍ରବଳ ପବନ ବହିବା ଆରମ୍ଭ ହୋଇଯାଇଛି। ବତ୍ୟାରେ ୮ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ବାତ୍ୟା ଜନିତ ବିପର୍ଯ୍ୟୟ ପରିଚାଳନା ପାଇଁ ଭାରତୀୟ ରେଳ ବିଭାଗ ଉଭୟ ବିଭାଗୀୟ ତଥା ମୁଖ୍ୟାଳୟସ୍ତରରେ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ସ୍ଥାପନ କରିଛି। ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରି ଇଷ୍ଟକୋଷ୍ଟ ରେଳବାଇ ଏହାର ଅଧୀନରେ ଥିବା ମୋଟ ୬୦ଟି ଟ୍ରେନକୁ ବାତିଲ କରିଦେଇଛି। ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଏବଂ ପୁଡୁଚେରୀରେ ୨୧ଟି ଟିମ୍‌ ନିୟୋଜିତ କରାଯାଇଛି। ମିଗ୍ଜୋମକୁ ଦୃଷ୍ଟିରେ ରଖି ଆଠଟି ଅତିରିକ୍ତ ଦଳ ରିଜର୍ଭରେ ରଖାଯାଇଛି।

ଏହାର ପ୍ରଭାବରେ ଆସନ୍ତା ୨ଦିନ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୫ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାରେ ପ୍ରବଳ (୭ରୁ ୨୦ ସି.ଏମ.) ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, ନୟାଗଡ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରେ ମଧ୍ୟ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୬ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲାପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।

ଏଥିସହିତ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଏବଂ ରାୟଗଡା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି।

ବାତ୍ୟା ଯୋଗୁ ଓଡ଼ିଶା ଉପକୂଳରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ବାତ୍ୟାଜନିତ ବର୍ଷା ଯୋଗୁ କେତେକ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। କଚାଘର ନଷ୍ଟ ହେବା ସହ ପନିପରିବା, ବିରି, ମୁଗ, ମାଣ୍ଡିଆ, ରାଶି, କପା ଚାଷ ପ୍ରଭାବିତ ହେବା ଆଶଙ୍କା ରହିଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କୃଷି ଅଧିକାରୀମାନଙ୍କ ଛୁଟି ବାତିଲ କରାଯାଇଥିବା ବେଳେ ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri