Posted inଜାତୀୟ

ସ୍ଥଳଭାଗ ମୁହାଁ ବାତ୍ୟା ‘ମିଗ୍‌ଜୋମ’: ନେଲୋର-ମଚ୍ଛଲିପଟନମ୍‌ ଦେଇ କରିବ ଅତିକ୍ରମ

ଚେନ୍ନାଇ,୫।୧୨: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇ ତାଣ୍ଡବ ଚରିବା ଆରମ୍ଭ କରିଦେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୯କି.ମି. ବେଗରେ ଗତି କରୁଛି। ଏହା ଆହୁରି ବଳଗୋଟାଇ ମଙ୍ଗଳବାର ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମ୍‌ ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସ୍ଥଳ ଭାଗ ଛୁଇଁବା ବେଳକୁ ବାତ୍ୟାର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ଓ ବେଳେବେଳେ ୧୧୦ କି.ମି. ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏନେଇ ଆନ୍ଧ୍ରପ୍ରଦେଶର ୮ଟି ଜିଲାକୁ ହାଇଆଲର୍ଟ ଜାରି କରାଯାଇଛି।

ଚେନ୍ନାଇରେ ପ୍ରବଳ ବର୍ଷା ଓ ପ୍ରବଳ ପବନ ବହିବା ଆରମ୍ଭ ହୋଇଯାଇଛି। ବତ୍ୟାରେ ୮ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ବାତ୍ୟା ଜନିତ ବିପର୍ଯ୍ୟୟ ପରିଚାଳନା ପାଇଁ ଭାରତୀୟ ରେଳ ବିଭାଗ ଉଭୟ ବିଭାଗୀୟ ତଥା ମୁଖ୍ୟାଳୟସ୍ତରରେ ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷ ସ୍ଥାପନ କରିଛି। ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରି ଇଷ୍ଟକୋଷ୍ଟ ରେଳବାଇ ଏହାର ଅଧୀନରେ ଥିବା ମୋଟ ୬୦ଟି ଟ୍ରେନକୁ ବାତିଲ କରିଦେଇଛି। ଜାତୀୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (ଏନଡିଆରଏଫ) ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଏବଂ ପୁଡୁଚେରୀରେ ୨୧ଟି ଟିମ୍‌ ନିୟୋଜିତ କରାଯାଇଛି। ମିଗ୍ଜୋମକୁ ଦୃଷ୍ଟିରେ ରଖି ଆଠଟି ଅତିରିକ୍ତ ଦଳ ରିଜର୍ଭରେ ରଖାଯାଇଛି।

ଏହାର ପ୍ରଭାବରେ ଆସନ୍ତା ୨ଦିନ ଦକ୍ଷିଣ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୫ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାରେ ପ୍ରବଳ (୭ରୁ ୨୦ ସି.ଏମ.) ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ଏଥିସହିତ ନବରଙ୍ଗପୁର, ନୟାଗଡ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର ଜିଲାରେ ମଧ୍ୟ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୬ ତାରିଖରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡା ଜିଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲାପାଇଁ ଅରେଞ୍ଜଓ୍ବାର୍ନିଂ ଜାରି କରାଯାଇଛି।

ଏଥିସହିତ ଗଞ୍ଜାମ, ଗଜପତି, ପୁରୀ, ନୟାଗଡ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି ଏବଂ ରାୟଗଡା ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଜିଲାପାଇଁ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି।

ବାତ୍ୟା ଯୋଗୁ ଓଡ଼ିଶା ଉପକୂଳରେ ୫୦ରୁ ୬୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବନ୍ଦରରେ ୨ ନମ୍ବର ବିପଦସଙ୍କେତ ଦିଆଯାଇଛି। ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ବାତ୍ୟାଜନିତ ବର୍ଷା ଯୋଗୁ କେତେକ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। କଚାଘର ନଷ୍ଟ ହେବା ସହ ପନିପରିବା, ବିରି, ମୁଗ, ମାଣ୍ଡିଆ, ରାଶି, କପା ଚାଷ ପ୍ରଭାବିତ ହେବା ଆଶଙ୍କା ରହିଛି।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କୃଷି ଅଧିକାରୀମାନଙ୍କ ଛୁଟି ବାତିଲ କରାଯାଇଥିବା ବେଳେ ଜିଲାପାଳଙ୍କୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri