ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇ ମଙ୍ଗଳବାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି।

ଅନ୍ୟପକ୍ଷେ ବାତ୍ୟା ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ବର୍ଷା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପାଣିପାଗ ବିଭାଗ ପକ୍ଷରୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହାକୁ ନେଇ ଚିନ୍ତାରେ ପଡିଛନ୍ତି ଚାଷୀ।

ଜିଲାରେ ଚଳିତ ବର୍ଷ ବୃଷ୍ଟିପାତ କମ୍‌ ସାଙ୍ଗକୁ ଜଳସେଚନର ଅସୁବିଧା ଯୋଗୁ ଧାନ ଫସଲ ନଷ୍ଟ ହୋଇଥିବା ବେଳେ କିଛି ଯାହା କିଛି ବଞ୍ଚିଥିଲା ଏବେ ବର୍ଷା ହେଲେ ସବୁ ନଷ୍ଟ ହୋଇଯିବ ବୋଲି ଚାଷୀମାନେ କହିଛନ୍ତି। ବର୍ତ୍ତମାନ ଚାଷୀ ତରବରିଆ ଭାବେ ଧାନ କାଟି ସୁରକ୍ଷା ପାଇଁ ଅନ୍ୟ ସ୍ଥାନକୁ ନେଉଥିବା ଦେଖିବାକୁ ମିଳିଛି ।
ଛତ୍ରପୁର ବ୍ଲକରେ ୭୨୩୫ ହେକ୍ଟରରେ ଜମିରେ ଧାନ ଚାଷ ହୋଇଥିବା କୃଷି ବିଭାଗ ପକ୍ଷରୁ କୁହାଯାଇଛି । ଏହାସହ ବିଭାଗ ପକ୍ଷରୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଚାଷୀମାନଙ୍କୁ ଧାନ ଫସଲ ସୁରକ୍ଷା ନେଇ ଡାକବାଜି ଯନ୍ତ୍ର ଯୋଗେ ସଚେତନତା କରାଯାଉଛି । ସେମାନଙ୍କ
ଧାନ ଫସଲ ଗୁଡିକ କିପରି ସୁରକ୍ଷିତ ରହିବ ଚାଷୀକୁ ଅବଗତ କରାଯାଉଛି । ସେହିପରି ସମୁଦ୍ର ଅଶାନ୍ତ ଥିବାରୁ ସତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ଉପରେ ରୋକ୍‌ ଲଗାଯାଇଛି ଯାହାକି ସେମାନଙ୍କ ଜୀବିକା ଉପରେ ପ୍ରଭାବ ପକାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri