Posted inଜାତୀୟ

ବଙ୍ଗୋପସାଗର ଉପକୂଳ ମୁହାଁ ଘୁର୍ଣ୍ଣିବଳୟ ମୋଚା, ଆନ୍ଧ୍ରପ୍ରଦେଶ ସମେତ ୩ ରାଜ୍ୟକୁ ଆଲର୍ଟ

ନୂଆଦିଲ୍ଲୀ,୭।୫: ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ରବିବାରଠାରୁ ବଙ୍ଗେପାସାଗର ଉପକୂଳରେ ଆସୁଥିବା ଏକ ଘୂର୍ଣ୍ଣିବଳୟକୁ ନେଇ ଚେତାବନୀ ଜାରି କରିଛି। ଏହି ଘୂର୍ଣ୍ଣିବଳୟ ଦେଶର ପୂର୍ବ ଉପକୂଳରେ ମାଡ ହୋଇପାରେ। ଏହାକୁ ମୋଚା ନାମ ଦିଆଯାଇଛି।

ପାଣିପାଗ ବିଭାଗ ଚେତାବନୀ ଦେଇଛି କି ‘ମୋଚା’ କାରଣରୁ ଆନ୍ଧ୍ର ପ୍ରଦେଶରେ ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଘୂର୍ଣ୍ଣିବଳୟ କାରଣରୁ ପୂର୍ବ ଉପକୂଳର ଭିନ୍ନ ଭିନ୍ନ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ।
‘ମୋଚା’କୁ ନେଇ ଆନ୍ଧ୍ର ପ୍ରଦେଶରେ ବି ହାଇ ଆଲର୍ଟ ଜାରି କରାଯାଇଛି। ପାଣିପାଗ ବିଭାଗ ତା’ର ବୁଲେଟିନରେ କହିଛି କି, ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ, ୟମନ ଓ ଉପକୂଳ ଆନ୍ଧ୍ର ପ୍ରଦେଶରେ ପବନ ସହ ବର୍ଷା ହୋଇପାରେ। କିଛି ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହୋଇପାରେ। ରାୟଲସୀମାର ଭିନ୍ନ ଭିନ୍ନ ସ୍ଥାନରେ ୪୦-୫୦ କିଲୋମିଟର ପ୍ରତି ଘଣ୍ଟାରେ ପବନ ବହିବା ସହ ବିଜୁଳି ମାରିବାର ସମ୍ଭାବନା ରହିଛି।
ଘୁର୍ଣ୍ଣିବଳୟର ଗତିପଥକୁ ଦେଖି ପାଣିପାଗ ବିଭାଗ ଓଡ଼ିଶାକୁ ବି ଆଲର୍ଟ ରହିବାକୁ କହିଛି। ରାଜ୍ୟର ୧୮ଟି ଜିଲାରେ ଘୂର୍ଣ୍ଣିବାତ୍ୟାର ପ୍ରଭାବ ପଡିପାରେ। ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ସହ ପଶ୍ଚିମ ବଙ୍ଗକୁ ବି ସତର୍କ ସୂଚନା ଦିଆଯାଇଛି। ରାଜ୍ୟରେ ଏସଡିଆରଏଫ ଓ ଏନଡିଆରଏଫକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri