Posted inଜାତୀୟ

ଆଜି ଭୟଙ୍କର ରୂପ ନେବ ବାତ୍ୟା ‘ମୋଚା’, ଏହି ରାଜ୍ୟଗୁଡ଼ିକୁ ସତର୍କ ସୂଚନା

ନୂଆଦିଲ୍ଲୀ,୧୨ା୫: ସାମୁଦ୍ରିକ ଝଡ଼ ‘ମୋଚା’ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଦ୍ରୁତ ଗତିରେ ମୁହାଁଇଛି। କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଭୟଙ୍କର ଘୂର୍ଣ୍ଣିବଳୟରେ ପରିଣତ ହେବାର ସମ୍ଭାବନା ରହିଛି। ବାତ୍ୟା ବାଂଲାଦେଶର କାକ୍ସ ବଜାର ଏବଂ ମ୍ୟାନ୍‌ମାରର କ୍ୟୋକୟୁ ପାର୍‌ ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୫୦ରୁ ୧୭୫ କିଲୋମିଟର ରହିବ।

ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜରେ ମେ’ ୧୩ ଏବଂ ୧୪ ମଧ୍ୟରେ ବିଚ୍ଛିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୧୩ରେ ତ୍ରିପୁରା ଏବଂ ମିଜୋରାମର ବିଚ୍ଛିନ୍ନ ଅଞ୍ଚଳରେ ପ୍ରବଳରୁ ପ୍ରବଳ ବର୍ଷା ଏବଂ ୧୪ରେ ବିଚ୍ଛିନ୍ନ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ଜାରି ରହିବ। ସେହିପରି ୧୪ରେ ନାଗାଲାଣ୍ଡ, ମଣିପୁର ଏବଂ ଦକ୍ଷିଣ ଆସାମର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଆଣ୍ଡାମାନ ସାଗର ଉପରେ ପବନର ବେଗ ୫୦-୬୦ କିଲୋମିଟର ବେଗରେ ବହିବାର ସମ୍ଭାବନା ରହିଛି। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ପବନର ବେଗ ୬୫-୭୫ କିଲୋମିଟର ବେଗରେ ବହି ୯୦ କିଲୋମିଟରରେ ପହଞ୍ଚିବ। ଏହି ବାତ୍ୟାର ଗତି ଶୁକ୍ରବାର ୧୨୦ କିଲୋମିଟରରେ ପହଞ୍ଚିବାର ସମ୍ଭାବନା ଅଛି। ତେବେ ୧୩ରୁ ପବନର ବେଗରେ ହ୍ରାସ ଘଟିବ। ପୂର୍ବ ବଙ୍ଗୋପସାଗରରେ ୧୧୦-୧୨୦ କିଲୋମିଟର ବେଗରେ ପବନର ବେଗ ୧୩୫ କିଲୋମିଟରରେ ପହଞ୍ଚିବା ସମ୍ଭାବନା ରହିଛି। ୧୩ ତାରିଖ ସକାଳୁ ୧୩୦-୧୪୦ କିଲୋମିଟର ବେଗରେ ପବନ ବହି ଏହା ୧୫୫ କିଲୋମିଟର ଟପିବ। ୧୩ ସନ୍ଧ୍ୟାରୁ ୧୪ ସକାଳ ପର୍ଯ୍ୟନ୍ତ ପ୍ରବଳ ପବନ ବହିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?