ବାତ୍ୟା ‘ମୋନ୍ଥା’ ଚିନ୍ତା: ପାହାଡ଼ ଉପରେ ଥିବା ଆଦିବାସୀଙ୍କୁ ସ୍ଥାନାନ୍ତର ଆରମ୍ଭ

ପାତ୍ରପୁର,୨୭/୧୦(ଉମା ଚରଣ ନେପାକ): ସାମୁଦ୍ରିକ ବାତ୍ୟା ମନ୍ଥାକୁ ଦୃଷ୍ଟିରେ ରଖି ବ୍ଲକ ଓ ତହସିଲ ପ୍ରଶାସନ ପାହାଡ଼ ଉପରେ ଥିବା ବୁରାତାଲ ଓ ଆଙ୍କୁଲି ପଂଚାୟତର ୩୦ରୁ ଉର୍ଦ୍ଧ୍ୱ ଗ୍ରାମରେ ଆଦିବାସୀଙ୍କୁ ସଚେତନ କରିବା ସହ ତଳୁଆ ଅଞ୍ଚଳକୁ ଆସିବା ପାଇଁ କହିଛି।
ସୋମବାର ସକାଳ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରାୟ ବିଡ଼ିଓ ଓ ତହସିଲଦାରଙ୍କୁ ନେଇ ଏକ ଜରୁରୀ ବୈଠକ କରି ପାହାଡ଼ ଉପରେ ଥିବା ଗାଁର ଆଦିବାସୀ ନଦୀ ତଟ ଗ୍ରାମ ଏବଂ ଗର୍ଭବତୀ ମହିଳାଙ୍କୁ କିଭଳି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେବ ଓ ଜରୁରୀ ସାମଗ୍ରୀ ତଥା ଶୁଖିଲା ଖାଦ୍ୟ ପାନୀୟ ଜଳ ଔଷଧ ଗଛିତ ରଖିବାକୁ ପରାମର୍ଶ ଦେଇଥିଲେ l ଅପରାହ୍ନ ସମୟରେ ଆଙ୍କୁଳି ପଂଚାୟତର କିଛି ଗ୍ରାମବାସୀଙ୍କୁ ତାଡକାସାହି ବାତ୍ୟା ଆଶ୍ରୟସ୍ଥଳକୁ ଆଣିଥିବା ବେଳେ ସନ୍ଧ୍ୟା ସୁଦ୍ଧା ଆଉ କିଛି ଗ୍ରାମବାସୀଙ୍କୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି l ବର୍ତ୍ତମାନ ସୁଦ୍ଧା ୩୦୦ ଲୋକ ସ୍ଥାନାନ୍ତର ହେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ରାଜ୍ୟଗୋଷ୍ଠୀ ଫେନ୍‌ସିଂରେ ଭାରତ ଜିତିଲା ୧୭ ପଦକ

ନୂଆଦିଲ୍ଲୀ,୧୦ା୮: ନାଇଜେରିଆର ଲାଗୋସରେ ଚାଲିଥିବା ୨୩ ବର୍ଷରୁ କମ୍‌ ରାଜ୍ୟଗୋଷ୍ଠୀ ଫେନ୍‌ସିଂ ଚାମ୍ପିୟନଶିପ୍‌ରେ ଭାରତ ଉଭୟ ପୁରୁଷ ଓ ମହିଳା ବିଭାଗରେ ଆଧିପତ୍ୟ ବିସ୍ତାର କରିଛି। ଇଭେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri