ଭୟଙ୍କର ରୂପରେ ମାଡ଼ିଆସୁଛି ବାତ୍ୟା ‘ମୋନ୍ଥା’: ଓଡ଼ିଶାର ଏସବୁ ଜିଲା ହେବ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୮।୧୦: ସମୁଦ୍ରରୁ ବଳ ଗୋଟାଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’। ମଙ୍ଗଳବାର ସକାଳ ସୁଦ୍ଧା ଏହା ଭୟଙ୍କର ବାତ୍ୟା କିମ୍ବା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ। ସେହିପରି ସନ୍ଧ୍ୟା କିମ୍ବା ରାତି ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶର କାକିନାଡା ନିକଟବର୍ତ୍ତୀ ମଛଲିପଟନମ୍‌ ଏବଂ କଳିଙ୍ଗାପଟନମ୍‌ ମଝିରେ ସ୍ଥଳଭାଗ ଅତିକ୍ରମ କରିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦ କି.ମି. ରହିବ ଏବଂ ଝଟକା ପବନର ବେଗ ୧୧୦ କି.ମି. ଛୁଇଁବ। ଏହାର ପ୍ରଭାବ ସାରା ରାଜ୍ୟର ଜଳବାୟୁ ଉପରେ ପଡ଼ିବ। ବାତ୍ୟା କାକିନାଡ଼ାରୁ ମାଲକାନଗିରି ଦେଇ ଛତିଶଗଡ଼ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ଦକ୍ଷିଣ-ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସକ୍ରିୟ ରହିଛି। ସୋମବାର ଏହା ୬ଘଣ୍ଟାରେ ଘଣ୍ଟାପ୍ରତି ୧୭ କି.ମି. ବେଗରେ ଗତିକରି ସନ୍ଧ୍ୟାସୁଦ୍ଧା ଗୋପାଳପୁରଠାରୁ ୭୨୦କି.ମି. ଦକ୍ଷିଣରେ ରହିଥିଲା। ତେବେ ଏହା ଉତ୍ତର, ଉତ୍ତର-ପଶ୍ଚିମ ଦିଗକୁ ଗତିକରି ମଙ୍ଗଳବାର ସକାଳ ସୁଦ୍ଧା ଭୟଙ୍କର ବାତ୍ୟାରେ ପରିଣତ ହେବ। ବାତ୍ୟା ଅତିକ୍ରମ କରିବା ସମୟରେ ଏହାର ପ୍ରଭାବ ସାରା ଓଡ଼ିଶା ଉପରେ ପଡ଼ିବାକୁ ଥିବାବେଳେ ଦକ୍ଷିଣ ଓଡ଼ିଶାରେ ଏହାର ପ୍ରଭାବ ଅଧିକ ରହିବ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଦେଇ ‘ମୋନ୍ଥା’ ଗତି କରିବ। ଏହି ସମୟରେ ପବନର ବେଗ ୬୦ରୁ ୭୦ କି.ମି. ରହିବ ଏବଂ ଅତି ବେଶିରେ ପବନର ବେଗ ଘଣ୍ଟାପ୍ରତି ୮୦ କି.ମି. ରହିବ। ଛତିଶଗଡ଼ ପହଞ୍ଚତ୍ଲା ବେଳକୁ ଅବପାତ ହୋଇ ଦୁର୍ବଳ ହେବ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୨୮ ତାରିଖ ମଙ୍ଗଳବାର ରାଜ୍ୟର ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ୫ ଜିଲା ଯଥା ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଜିଲାକୁ ଅତି ଭୀଷଣ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ନୟାଗଡ଼ା, ଖୋର୍ଦ୍ଧା, ବଲାଙ୍ଗୀର, କନ୍ଧମାଳ, ପୁରୀ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଜିଲାକୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ବାକି ସମସ୍ତ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ରେଡ୍‌ ଓ୍ବାର୍ନିଂ ଜାରି ହୋଇଥିବା ଜିଲାଗୁଡ଼ିକରେ ୨୦ ସେ.ମି.ରୁ ଅଧିକ ବର୍ଷା ହେବ। ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଥିବା ଜିଲାଗୁଡ଼ିକରେ ୧୨ରୁ ୨୦ ସେ.ମି. ଏବଂ ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ଜିଲାଗୁଡ଼ିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବା ନେଇ ଆକଳନ କରାଯାଇଛି।

ସେହିପରି ୨୯ ତାରିଖ ବୁଧବାର ପାଇଁ କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାକୁ ଭୀଷଣ ବର୍ଷା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ବଲାଙ୍ଗୀର ଓ ନୂଆପଡ଼ା ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଏବଂ ବାକି ଜିଲାଗୁଡ଼ିକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲାରେ ପ୍ରବଳ ପବନ ବହିବା ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ ବୋଲି ପାଣିପାଗ ନିର୍ଦ୍ଦେଶିକା ଡ. ମହାନ୍ତି ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ରିଫିଲିଂ ବେଳେ ଭୟଙ୍କର ବିସ୍ଫୋରଣ: ଜଳିଲା…

ଭୁବନେଶ୍ୱର,୨୧।୩: ଭରତପୁର ଥାନା କଳିଙ୍ଗନଗରରେ ବିସ୍ଫୋରଣ ଘଟି ଜଣେ ଗୁରୁତର ହୋଇଛନ୍ତି। ଉକ୍ତ ବେଆଇନ ଗ୍ୟାସ ଡିପୋରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଛାତ ଉଡି ଯାଇଥିବାବେଳେ…

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ସୁନା ୧୨,୫୦୦ ଟଙ୍କା, ରୂପା ହେଲା ୩୦ହଜାର ଟଙ୍କା ଶସ୍ତା, ଏକ୍ସପର୍ଟ କହିଲେ ଏହି ରେଟ ଯାଏ ଖସିବ…

ସୁନା ଓ ରୁପା ଦରରେ କ୍ରମାଗତ ଭାବେ ହ୍ରାସ ପରିଲକ୍ଷିତ ହେଉଛି । ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭିତରେ ତୈଳ ଦର କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି…

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri