ଆହୁରି ଭୟଙ୍କର ହେଲା ବାତ୍ୟା! ଠିକ୍‌ ଏହି ଯାଗାରେ କରିବ ଲ୍ୟାଣ୍ଡଫଲ୍‌

ଆଜି ଗଭୀର ଅବପାତ, ସନ୍ଧ୍ୟାରେ ନେବ ବାତ୍ୟାର ରୂପ । ୨୮ ତାରିଖ ସଂଧ୍ୟାରୁ ମଧ୍ୟରାତ୍ର ଭିତରେ ଲ୍ୟାଣ୍ଡଫଲ୍ ସମ୍ଭାବନା । ଆନ୍ଧ୍ରପ୍ରଦେଶ କାକିନାଡ଼ା ପାଖରେ ଅତିକ୍ରମ କରିବ ସ୍ଥଳଭାଗ । ୧୦୦ କିମି ବେଗରେ ବହିପାରେ ପବନ ।

ଗଭୀର ଅବପାତରେ ପରିଣତ ହେଲା ଅବପାତ । ଆଗାମୀ ୧୨ ଘଣ୍ଟାରେ ବାତ୍ୟା । ଆଜି ସକାଳ ୫ଟା ୩୦ ମିନିଟ ବେଳର ଉପଗ୍ରହ ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତକାଲିର ଅବପାତ ଘନୀଭୂତ ହୋଇ ତୀବ୍ର ଅବପାତରେ ପରିଣତ ହୋଇଛି । ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା। ଏହା ଗୋପାଳପୁରଠାରୁ ୯୭୦ କିମି ଏବଂ କାକିନାଡ଼ାଠାରୁ ୮୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇ ରହିଛି । ଏହା କ୍ରମଶଃ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଜି ଗଭୀର ଅବପାତରେ ପରିଣତ ହେବ ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ଏହି ଗଭୀର ଅବପାତ ଆଜି ସଂଧ୍ୟାରେ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ । ବାତ୍ୟାରେ ପରିଣତ ହେବା ପରେ ଏହା ଉତ୍ତର- ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହି ବାତ୍ୟା ଭୀଷଣ ରୂପ ନେଇ ୨୮ ତାରିଖ ସନ୍ଧ୍ୟାରୁ ମଧ୍ୟରାତ୍ରୀ ଭିତରେ କଳିଙ୍ଗପଟନମ୍‌ ଓ ମଛଲିପଟନମ୍‌ ମଧ୍ୟରେ ଅର୍ଥାତ୍ କାକିନାଡ଼ା ନିକଟରେ ସ୍ଥଳଭାଗ ଅତିକ୍ରମ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ଉପକୂଳ ଅତିକ୍ରମ କଲା ବେଳେ ପବନର ବେଗ ଘଣ୍ଟା ପ୍ରତି ୯୦ କିଲୋମିଟରରୁ ୧୦୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ । ଝଟକା ପବନ ବା ପବନର ସର୍ବାଧିକ ବେଗ ୧୧୦ କିଲୋମିଟର ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଓଡ଼ିଶା ରାଜ୍ୟସଭା ନିର୍ବାଚନ: ଭାଜପାର ଦବଦବା; ବିଜେଡି ଗୋଟିଏରେ ବିଜୟୀ

ଭୁବନେଶ୍ୱର,୧୬।୩: ଓଡ଼ିଶାରେ ସୋମବାର ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ବଡ଼ ସଫଳତା ହାସଲ କରିଛି। ରାଜ୍ୟର ୪ଟି ଆସନ ମଧ୍ୟରୁ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri