ସ୍ଥଳଭାଗ ଛୁଇଁଲା ‘ମୋନ୍ଥା’: ଆଜି ୫ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୯ା୧୦(ବନ୍ଦନା ସେଠୀ): ଭୀଷଣ ବାତ୍ୟାର ରୂପ ନେଇଛି ‘ମୋନ୍ଥା’। ମଙ୍ଗଳବାର ବାତ୍ୟା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିବା ସହ ଘଣ୍ଟା ପ୍ରତି ୧୫ କିମି ବେଗରେ ଉତ୍ତର-ଉତ୍ତରପଶ୍ଚିମକୁ ଗତି କରିଥିଲା। ସନ୍ଧ୍ୟା ୭.୩୦ ବେଳକୁ କାକିନାଡ଼ା ପାଖାପାଖି ଅଞ୍ଚଳରେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା ଏବଂ ୩ରୁ ୪ଘଣ୍ଟା ଧରି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଥିଲା। ଏହି ସମୟରେ ପବନର ବେଗ ୯୦ରୁ ୧୧୦ କି.ମି. ପର୍ଯ୍ୟନ୍ତ ରହିଥିଲା। ଏହା ଧୀରେଧୀରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ମଧ୍ୟରାତ୍ର ବେଳକୁ ଆନ୍ଧ୍ରପ୍ରଦେଶର ମଛଲିପଟନମ ଓ କଳିଙ୍ଗପଟନମ୍‌ ମଧ୍ୟରେ ଥିବା କାକିନାଡା ପାଖାପାଖି ସ୍ଥଳଭାଗ ଛୁଇଁଥିଲା। ଓଡ଼ିଶା ଉପରେ ଏହାର ସିଧାସଳଖ ପ୍ରଭାବ ନଥିବାବେଳେ ବାତ୍ୟା ପ୍ରଭାବରେ ମଙ୍ଗଳବାର ଦିନତମାମ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ପବନ ଲାଗି ରହିଥିଲା। ଗଜପତି ଜିଲା ଆର. ଉଦୟଗିରି ବ୍ଲକ ଅନଘା ପଞ୍ଚାୟତର ରାସ୍ତାକଡ଼ ପାହାଡରୁ ବିରାଟକାୟ ପଥର ଖସି ୩୨୬ ନଂ. ଜାତୀୟ ରାଜପଥରେ ଯାତାୟାତ ଠପ୍‌ ହୋଇଯାଇଥିଲା। କାଶୀନଗର ବ୍ଲକ୍‌ ପାଡ଼ତଡ଼ା ପଞ୍ଚାୟତର ଲିଙ୍ଗାଠାରୁ ବାରଭା ଗ୍ରାମକୁ ଯାଉଥିବା କଚ୍ଚା ରାସ୍ତାରେ ମଧ୍ୟ ବଡ଼ବଡ଼ ପଥର ଖସିଥିଲା। ଏହାବାଦ୍‌ ଜିଲାର ବିଭିନ୍ନ ସ୍ଥାନରେ ଘର ଭାଙ୍ଗିଯାଇଥିବା ଦେଖିବାକୁ ମିଳିଥିଲା। ସେହିପରି କୋରାପୁଟ ଜିଲା ନାରାୟଣପାଟଣାରେ ତଳଗୁମାଣ୍ଡି ରାସ୍ତାରେ ପାହାଡ଼ରୁ ପଥର ଧସି କିଛି ସମୟ ପାଇଁ ରାସ୍ତା ଅବରୋଧ ହୋଇଥଲା। ନନ୍ଦପୁର ବ୍ଲକ୍‌ ପାଡୁଆ ବଡଦେବତା ମନ୍ଦିରଠାରୁ ଶୋଭାପୁଟ ସଂଯୋଗ କରୁଥିବା ଆରଡି ରାସ୍ତାର ଗେମେଲପୁଟ ନିକଟରେ ପାତାଳୀ ନଦୀ ଓ ଜଳଭଣ୍ଡାର ପାର୍ଶ୍ୱକୁ ଲାଗି ଥିବା ରାସ୍ତାକଡ଼ର ପ୍ରାୟ ୨୦୦ ମିଟର ଜମିରୁ ମାଟି ଅତଡା ଖସୁଥିବାରୁ ୪ଟି ପଞ୍ଚାୟତବାସୀ ଆତଙ୍କିତ ଅବସ୍ଥାରେ ରହିଥିଲେ।
ବାତ୍ୟା ପ୍ରଭାବରେ ବୁଧବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଆଦି ୫ ଜିଲାକୁ ଭୀଷଣ ବର୍ଷା ନେଇ ରେଡ୍‌ ୱାର୍ନିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି ଏବଂ ଅନ୍ୟ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ନଭେମ୍ବର ୧ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳଗୁଡ଼ିକରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମିରୁ ୫୦ କି.ମି ବେଗରେ ପବନ ବହିଥିଲା। ବୁଧବାର ସକାଳ ପର୍ଯ୍ୟନ୍ତ ସେହି ଅଞ୍ଚଳରେ ପବନର ବେଗ ଘଣ୍ଟା ପ୍ରତି ୬୦ ରୁ ୭୦ କି.ମି. କିମ୍ବା ୮୦ କି.ମି. ବେଗରେ ବହିବାର ସମ୍ଭାବନା ରହିଛି। ଏହା ଧୀରେଧୀରେ ହ୍ରାସ ପାଇ ୩୦ ଅକ୍ଟୋବର ସକାଳେ ଘଣ୍ଟା ପ୍ରତି ୩୫ରୁ ୪୫ କି.ମି. ଏବଂ ୫୫କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ବୁଧବାର ମଧ୍ୟ ଦକ୍ଷିଣ ଓଡ଼ିଶା ଉପକୂଳରେ ଏବଂ ଏହାର ଆଖପାଖରେ ଘଣ୍ଟା ପ୍ରତି ପବନର ବେଗ ୪୫ରୁ ୫୫ କି.ମି. ଏବଂ ଅତିବେଶୀରେ ୬୫ କି.ମି. ପର୍ଯ୍ୟନ୍ତ ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟାରେ ଚାନ୍ଦବାଲିଠାରେ ସର୍ବାଧିକ ୫୧.୭ ମି.ମି. ବର୍ଷା ରେକର୍ଡ କରାଯାଇଥିବାବେଳେ, ଦାରିଙ୍ଗବାଡ଼ିରେ ୫୧ ମି.ମି., ଯାଜପୁରରେ ୪୨.୪ମି.ମି., ଭଦ୍ରକରେ ୩୭ମି.ମି., କୋରାପୁଟରେ ୩୬ମି.ମି., ପାରଳାଖେମୁଣ୍ଡିରେ ୩୪.୪ମି.ମି., ନୟାଗଡ଼ରେ ୨୧.୪ମି.ମି., ସମ୍ବଲପୁରରେ ୨୦.୨ମି.ମି., ଭୁବନେଶ୍ୱରରେ ୧୭.୧ମି.ମି., କଟକରେ ୧୩.୬ମି.ମି. ବର୍ଷା ରେକର୍ଡ କରାଯାଇଛି। ବାତ୍ୟା ପାଇଁ ଗୋପାଳପୁର ବନ୍ଦରରେ ୩ନଂ. ସତର୍କତା ସଙ୍କେତ ଜାରି କରାଯାଇଛି। ସେହିପରି ପାରାଦୀପ, ଧାମରା, ପୁରୀ, ଛତ୍ରପୁର ଏବଂ ଚାନ୍ଦବାଲି ବନ୍ଦରରେ ୨ନଂ. ସତର୍କତା ସଙ୍କେତ ଜାରି କରାଯାଇଛି। ପବନର ବେଗ ବଢିବା ସହିତ ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ୩୦ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?