ବାତ୍ୟା ‘ମୋନ୍ଥା’: ପ୍ରଶାସନର ସ୍ବତନ୍ତ୍ର ନଜରରେ ପଟ୍ଟାଙ୍ଗି ବ୍ଲକ୍‌, ନେଟୱର୍କ ଅଚଳ ପାଇଁ…

ପଟ୍ଟାଙ୍ଗି,୨୮ା୧୦(ଶରତ କୁମାର ଧଳ)-ବାତ୍ୟା ମୋନ୍ଥାର ଗତିବିଧିକୁ ନେଇ କୋରାପୁଟ ଜିଲା ଆନ୍ଧ୍ର ସୀମାନ୍ତବର୍ତ୍ତୀ ପଟ୍ଟାଙ୍ଗି ବ୍ଲକ୍‌କୁ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନଜରରେ ରଖାଯାଇଛି। ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାର ଦେବେନ୍ଦ୍ର ବାହାଦୂର ସିଂ ଧାରୁଆ ଏବଂ ବିଡିଓ ରାମକ୍ରିଷ୍ନା ନାୟକ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବାତ୍ୟା ପ୍ରଭାବରେ କୌଣସି ଧନଜୀବନ ନଷ୍ଟ ନ ହେବା ପ୍ରତି ଧ୍ୟାନ ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୨ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବ୍ଲକ୍‌ର ରାଲେଗଡା, ଚନ୍ଦକା, ପେଟୁରୁ, ପଟ୍ଟାଙ୍ଗି ଅମ୍ପାବାଲି, ଦେଓପଟ୍ଟାଙ୍ଗି ଓ ସମ୍ବାଇ ଆଦି ପଞ୍ଚାୟତରେ ୮ ଆଶ୍ରୟସ୍ଥଳୀ କରାଯାଇଛି। ଖବର ଲେଖାଯିବା ସୁଦ୍ଧା ୧୨୧ଜଣଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ବାତ୍ୟାର ପ୍ରଭାବରେ ବିଭିନ୍ନ ପଞ୍ଚାୟତରେ ଭାଙ୍ଗିଥିବା ୧୫ ଘରକୁ ପଲିଥିନ୍‌ ପ୍ରଦାନ କରାଯାଇଛି। ଆଶ୍ରୟସ୍ଥଳୀରେ ରନ୍ଧା ଖାଦ୍ୟ ପ୍ରସ୍ତୁତ କରି ଲୋକଙ୍କୁ ପ୍ରଦାନ କରାଯାଇଛି। ବାତ୍ୟାର ପ୍ରଭାବରେ ମଙ୍ଗଳବାର ବ୍ଲକ୍‌ର ସୁଙ୍କି ମୁଙ୍ଗାରଗୁମି, ସମ୍ବାଇ ସୁନାବେଡା ଘାଟି ଓ ଗାଙ୍ଗରାଜପୁର ପଞ୍ଚାୟତର କାଉଗୁଣ୍ଠା ନୂତନ ପ୍ରାଥମିକ ବିଦ୍ୟାଳୟ ଉପରେ ଗଛ ପଡିଯାଇଥିବା ଦେଖିବାକୁ ମିଳିଛି। ଘଟଣାସ୍ଥଳକୁ ଓଡ୍ରାଫ୍‌ ଟିମ୍‌ ଯାଇ ରାସ୍ତା ଓ ଘାଟି ସଫା କରିଥିଲେ। ବିଦ୍ୟାଳୟ ଉପରୁ ଗଛ କଡାଯାଇଥିବା ବିଡିଓ ନାୟକ ପ୍ରକାଶ କରିଛନ୍ତି। ବାତ୍ୟାର ପ୍ରକୋପ ବଢିବାରେ ଲାଗିଥିବାରୁ ଆନ୍ଧ୍ର ସୀମାନ୍ତ ଅଞ୍ଚଳରେ ଭୟର ବାତାବରଣ ଦେଖିବାକୁ ମିଳିଛି। ଏହି ଜରୁରୀକାଳିନ ସମୟରେ ପଞ୍ଚାୟତ ଓ ଆଶ୍ରୟସ୍ଥଳୀରୁ କୌଣସି ଖବର ବ୍ଲକ୍‌ ପ୍ରଶାସନ ନିକଟରେ ପହଞ୍ଚିବା ପାଇଁ ମୋବାଇଲ ନେଟୱର୍କ ବାଧକ ସାଜିଥିବା ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri