ପାଖେଇଲା ବାତ୍ୟା: ଓଡ଼ିଶାର ଏହି ୭ଜିଲାକୁ ବଡ଼ ବିପଦ!

ଭୁବନେଶ୍ୱର,୨୬ା୧୦: ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାର ପୂର୍ବାହ୍ନରେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିି।

ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ବାଲେଶ୍ବର ଜିଲ୍ଲାପାଳ। ସେହିପରି ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ କରାଯାଇଛି। ଏବଂ ମୁଖ୍ୟାଳୟ ଛାଡ଼ିବା ଉପରେ କଟକଣା ଜାରି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। କୋରାପୁଟରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲାପାଳ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri