ପାଖେଇଲା ବାତ୍ୟା: ଓଡ଼ିଶାର ଏହି ୭ଜିଲାକୁ ବଡ଼ ବିପଦ!

ଭୁବନେଶ୍ୱର,୨୬ା୧୦: ସ୍ପଷ୍ଟ ହେଲା ବାତ୍ୟା ‘ମୋନ୍ଥା’ର ଗତିପଥ। ୨୮ ତାରିଖ ମଙ୍ଗଳବାର ସଂଧ୍ୟାରୁ ରାତି ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଅଞ୍ଚଳରେ ‘ମୋନ୍ଥା’ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ। ଏହି ସମୟରେ ପବନ ବେଗ ଘଣ୍ଟା ପ୍ରତି ୯୦/୧୦୦ କି.ମି. ରହିବ। ଏହାର ପ୍ରଭାବରେ ୨୭ ତାରିଖ ସୋମବାରଠାରୁ ୪ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାର ପୂର୍ବାହ୍ନରେ ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକର ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସମସ୍ତ ଜିଲାକୁ ବାତ୍ୟା ଓ ବର୍ଷା ଆଲର୍ଟ ଜାରି କରାଯାଇଛି। ବାତ୍ୟାର ପ୍ରକୋପ ୧୫ ଜିଲା ଉପରେ ଅଧିକ ରହୁଥିବାରୁ ସେଠାରେ ସଜାଗ ରହିବାକୁ ସମ୍ପୃକ୍ତ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛିି।

ତେବେ ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ବାଲେଶ୍ବର ଜିଲ୍ଲାପାଳ। ସେହିପରି ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ କରାଯାଇଛି। ଏବଂ ମୁଖ୍ୟାଳୟ ଛାଡ଼ିବା ଉପରେ କଟକଣା ଜାରି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। କୋରାପୁଟରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ। କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କରିଛନ୍ତି ଜିଲାପାଳ।

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri