ଭୁବନେଶ୍ୱର,୨୭।୧୦: ସମୁଦ୍ର ଭିତରେ ବଳ ଗୋଟାଉଛି ବାତ୍ୟା ମୋନ୍ଥା । ଆସନ୍ତାକାଲି ସକାଳୁ ନେବ ଭୀଷଣ ବାତ୍ୟାର ରୂପ । ଆନ୍ଧ୍ରପ୍ରଦେଶ କାକିନାଡ଼ା ପାଖାପାଖିରେ ବାତ୍ୟା ଲ୍ୟାଣ୍ଡଫଲ କରିବ । ଏହା ପୂର୍ବରୁ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିଛି । କାକିନାଡ଼ା ଅଞ୍ଚଳରେ ପ୍ରବଳ ବର୍ଷା ସହ ପବନ ଆରମ୍ଭ ହୋଇଛି ।
ଦକ୍ଷିଣ ଓଡ଼ିଶାରେ ସମ୍ଭାବ୍ୟ ସାଇକ୍ଲୋନ ମୋନ୍ଥା ପ୍ରକୋପ ଦେଖାଇପାରେ । ୮ଟି ଜିଲାରେ ପ୍ରଭାବ ଦେଖାଇପାରେ। ଏଥିପାଇଁ ରେଡ ଜୋନରେ ଅଛି ଦକ୍ଷିଣ ଓ ୮ ଜିଲା ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ଗଞ୍ଜାମ। ଏସବୁ ଜିଲାରେ ଭୀଷଣ ବର୍ଷା ପବନ ସମ୍ଭାବନା ରହିଛି। ଏହାସହ ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ମୋନ୍ଥାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ ।
ସେପଟେ, IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ବଡ଼ ସୂଚନା ଦେଇ କହିଛନ୍ତି, ଲ୍ୟାଣ୍ଡଫଲ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ ହୋଇଯିବ। ଦକ୍ଷିଣ ଓଡ଼ିଶା ଦେଇ ବାତ୍ୟା ଛତିଶଗଡ଼ ମୁହାଁ ହେବ। ମାଲକାନଗିରି, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ଏହାର ପ୍ରଭାବ ପଡ଼ିବ। ଓଡ଼ିଶାରେ ବାତ୍ୟା ଦୁର୍ବଳ ହେଉଥିବାରୁ ୬୦ରୁ ୭୦ କି.ମି. ପବନ’ ବହିବ।୨୮ ରାତିରୁ ୨୯ ସକାଳ ଭିତରେ ବେଶୀ ପ୍ରଭାବ ରହିବ।
\