IMDର ବଡ଼ ଆକଳନ, ଅଶାନ୍ତ ହେଲା ସମୁଦ୍ର, ଆଜି ରାତି ୮ଟାରେ…

ଭୁବନେଶ୍ୱର,୨୮।୧୦: ଭୀଷଣ ବାତ୍ୟାର ରୂପ ଧରି ସ୍ଥଳଭାଗ ଆଡକୁ ମାଡି ଆସୁଛି ବାତ୍ୟା। ଏହାରି ଭିତରେ ପାଣିପାଗ ବିଭାଗ କରିଛି ବଡ଼ ଆକଳନ। ସଂଧ୍ୟା ୬ଟାରୁ ରାତି ୧୧ଟା ମଧ୍ୟରେ ବାତ୍ୟା ମୋନ୍ଥା ଲ୍ୟାଣ୍ଡଫଲ କରିବ। କିଛି ଆନ୍ତର୍ଜାତୀୟ ମଡେଲର ଆକଳନ କହୁଛି ପ୍ରାୟ ରାତି ୮ଟା ବେଳେ ସ୍ଥଳଭାଗରେ ଭୟଙ୍କର ରୂପ ନେବ ବାତ୍ୟା ମୋନ୍ଥା।

କାକିନାଡ଼ା ଆଖପାଖରେ ୯୦ରୁ ୧୦୦ କିଲୋମିଟର୍ ପ୍ରତି ଘଣ୍ଟାରେ ପବନର ବେଗ ଥିବ। ଗତକାଲି ସାମାନ୍ୟ ପବନରେ ଅନେକ ଗଛ ଭାଙ୍ଗିଯାଇଥିଲା। ଆକଳନ କରାଯାଉଛି କାକିନାଡ଼ା ଓ ଆଖପାଖ ଅଞ୍ଚଳରେ ଅନେକ ଗଛ ଭାଙ୍ଗିଯିବାର ସମ୍ଭାବନା ରହିଛି କୁହାଯାଉଛି। ରାତି ୮ଟରେ ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ହେବ।

ଉପକୂଳବର୍ତ୍ତୀ ଜିଲ୍ଲା ପୁରୀ ଖୋର୍ଦ୍ଧା, କଟକ କେନ୍ଦ୍ରାପଡ଼ା, ଜଗତସିଂହପୁରରେ ପବନର ବେଗ ୬୦ କିଲୋମିଟର ପ୍ରତିଘଣ୍ଟା ଥିବାବେଳେ ପ୍ରବଳ ବର୍ଷା ହେବ। ବାତ୍ୟା ମୋନ୍ଥାର ପ୍ରଭାବ ଧିରେ ଧିରେ ଓଡ଼ିଶାର ଉତ୍ତର ଦିଗକୁ ଗତି କରିବ। ଯାହା ପ୍ରଭାବରେ ଭଦ୍ରକ, ବାଲେଶ୍ବର, ବାରିପଦା ଭଳି ଅଞ୍ଚଳରେ ମଧ୍ୟ ବର୍ଷାର ପରିମାଣ ବଢ଼ିବା ସହିତ ମଧ୍ୟ ପବନର ବେଗ ୫୦ରୁ ୬୦ କିଲୋମିଟର ପ୍ରତିଘଣ୍ଟା ରହିବ।

Dharitri – Odisha’s No.1 Trusted Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri