Posted inଜାତୀୟ

ସ୍ଥଳଭାଗ ଛୁଇଁଲା ‘ମୁରାସୁ’: ୧୨୦ କିମି ବେଗରେ ବହୁଛି ପବନ, ୫ ରାଜ୍ୟରେ ହାଇଆଲର୍ଟ

ଅମରାବତୀ,୩।୧୧: ଆନ୍ଧ୍ରପ୍ରଦେଶ ଉପକୂଳରେ ବାତ୍ୟା ‘ମୁରାସୁ’ର ପ୍ରଭାବ ଆରମ୍ଭ ହୋଇଛି। ଓଙ୍ଗୋଲ ନିକଟ ଦକ୍ଷିଣ ଉପକୂଳ ଅଞ୍ଚଳରେ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିଛି। ଏହାର ପ୍ରଭାବରେ ଚିରାଲା ଅଞ୍ଚଳରେ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୧୦୦ରୁ ୧୨୦ କିଲୋମିଟର ବେଗରେ ପବନ ବହୁଛି। ପ୍ରବଳ ପବନ ଯୋଗୁ ଅନେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ଖବର ମିଳିଛି। ବାତ୍ୟାର ଗତିବିଧି ଓ ଲ୍ୟାଣ୍ଡଫଲ ସ୍ଥିତି ଉପରେ ପାଣିପାଗ ବିଭାଗ ନଜର ରଖିଛି।
ବାତ୍ୟାକୁ ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରେ ଆନ୍ଧ୍ରପ୍ରଦେଶ, ଓଡ଼ିଶା, ତାମିଲନାଡୁ ସମେତ ୫ଟି ରାଜ୍ୟରେ ହାଇଆଲର୍ଟ ଜାରି କରାଯାଇଛି। ବାତ୍ୟାର ମୁକାବିଲା ପାଇଁ ୫ଟି ରାଜ୍ୟରେ ଏନ୍ଡିଆର୍‌ଏଫ୍ର ୩୭ଟି ଟିମ ମୁତୟନ କରାଯାଇଛି। ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଉପକୂଳ ଅଞ୍ଚଳର ସ୍କୁଲଗୁଡ଼ିକୁ ବନ୍ଦ ରଖାଯାଇଛି। ଏହାସହ ବାତ୍ୟାର ପ୍ରଭାବରେ ଏଯାଏ ୧୯ଟି ବିମାନ ଉଡ଼ାଣ ବାତିଲ କରାଯାଇଛି।
ବାତ୍ୟା ଉପକୂଳ ଅତିକ୍ରମ କରିବା ପରେ ପୁଡୁଚେରୀରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଅନେକ ଅଞ୍ଚଳରେ ପାଗ ଅସ୍ବାଭାବିକ ରହିଛି। ପାଣିପାଗ ବିଭାଗ ଅନୁଯାୟୀ, ବାତ୍ୟା ସମ୍ପୂର୍ଣ୍ଣ ଭାବେ ଉପକୂଳ ଅତିକ୍ରମ କରିବା ପରେ ଧୀରେ ଧୀରେ ବର୍ଷାର ପ୍ରକୋପ କମିବ। ଏହି ସମୟରେ ଉପକୂଳବାସୀଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ପାଳନ କରିବାକୁ ପରାମର୍ଶ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ଇତିହାସ ରଚିଲେ ପ୍ରେମା: ମାତ୍ର ୧୪ ବଲ୍‌ରେ କଲେ ଏମିତି କାରନାମା, ଭାଙ୍ଗିଲେ ପାକିସ୍ତାନୀ ଖେଳାଳିଙ୍କ ରେକର୍ଡ

ନୂଆଦିଲ୍ଲୀ,୩।୧୧:ଛକା ଓ ଚୌକା ବର୍ଷା କରି ମାତ୍ର ୧୪ଟି ବଲ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ଉତ୍ତରାଖଣ୍ଡର ମହିଳା କ୍ରିକେଟର ପ୍ରେମା ରାୱତ। ସିନିୟର ମହିଳା ଟି-୨୦ ଟ୍ରଫିରେ…

ବେଲ୍‌ଜିୟମ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବ୍ରସେଲ୍ସ, ୩ା୧୧: ବେଲ୍‌ଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର ତାଙ୍କର ୫ ଦଳୀୟ ମେଣ୍ଟ ମଧ୍ୟରେ ବଜେଟ ଆଲୋଚନା ବିଫଳ ହେବା ପରେ ସୋମବାର ରାଜା ଫିଲିପ୍‌ଙ୍କୁ…

କିଏ ଜିଣିବ ଜଣା

ଭାରତର ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଦେଖାଦେଇଥିବା ସଦ୍ୟ ହିଂସା ନୂଆ କାହାଣୀ ଲେଖିବାକୁ ପ୍ରସ୍ତୁତ ହେଲାଣି। ସେଠାରେ ପ୍ରମୁଖ ସମ୍ପ୍ରଦାୟ ମଧ୍ୟରେ ଅଛନ୍ତି ହିନ୍ଦୁ ମେଇତି, ଆଦିବାସୀ…

ଭଗବାନ୍‌ଙ୍କ ମିଜାଜ ମଣିଷ ତିଆରି

ଧର୍ମର ଧାରଣା ଆଣି ମଣିଷ ଭଗବାନ୍‌ ତିଆରିକଲା ପରେ ଭଗବାନ୍‌ଙ୍କ ମିଜାଜ ବା ମୁଡ୍‌ ବି ତିଆରିକଲା। ଭଗବାନ୍‌ଙ୍କ ସାମର୍ଥ୍ୟ ବର୍ଣ୍ଣନା କରିବାକୁ ଯାଇ ଭଗବାନ୍‌ଙ୍କୁ ଯାଦୁକର…

ଆଦାନୀ ଓ ନରାଜ ଡାଟା ସେଣ୍ଟର

କଟକ ଜିଲା ନରାଜ ବ୍ୟାରେଜ ନିକଟସ୍ଥ ୨୫୦ ଏକର ଜମିରେ ଏକ ଅତ୍ୟାଧୁନିକ କୃତ୍ରିମ ବୁଦ୍ଧିମତ୍ତା ଡାଟା ସେଣ୍ଟର ପାଇଁ କାମ ଆରମ୍ଭ ହୋଇଗଲାଣି। ଆଦାନୀ ଗ୍ରୁପ୍‌ର…

ଏଇ ଭାରତରେ

ଶିଖିବା ଓ ଶିଖାଇବା ପ୍ରବୃତ୍ତି ଜୀବନର ଶେଷ ଯାଏ ରହେ। ମଣିଷ ପାଖରେ ଯେଉଁ ଜ୍ଞାନ ଓ କଳା ଥାଏ ତାହାକୁ ସେ ଜୀବନର ଅପରାହ୍ନରେ ବି…

IPLକ୍ୟାଲେଣ୍ଡରରେ ବଡ଼ ପରିବର୍ତ୍ତନ ଚାହୁଁଛନ୍ତି ଲଲିତ ମୋଦି: ଦେଲେ ଏମିତି ପ୍ରସ୍ତାବ

ନୂଆଦିଲ୍ଲୀ,୩।୧୧: ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଫ୍ରାଞ୍ଚାଇଜ ଲିଗ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ଆୟୋଜନକୁ ନେଇ ବଡ଼ ପ୍ରସ୍ତାବ ଦେଇଛନ୍ତି ଲିଗ୍‌ର ପ୍ରତିଷ୍ଠାତା ଲଲିତ ମୋଦି।…

ଆଜି ଆମେରିକାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ

ଓ୍ବାଶିଂଟନ,୩ା୧୧: ଆମେରିକାରେ ମଙ୍ଗଳବାର ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଦ୍ୱିତୀୟ ପାଳିର ଶେଷ ୨ ବର୍ଷ ପାଇଁ ଆମେରିକା କଂଗ୍ରେସକୁ କେଉଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?