ଆଜି ଭୀଷଣ ବାତ୍ୟାର ରୂପ ନେବ ‘ମୁରାସୁ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ଏହି ୫ ଜିଲାକୁ ଅଧିକ…

ଭୁବନେଶ୍ୱର,୧ା୧୧(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’। ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି., ମଚ୍ଛଲିପଟନମ୍‌ଠାରୁ ୫୬୦ କି.ମି. ଓ ବିଶାଖାପାଟଣାଠାରୁ ୬୧୦ କି.ମି. ଦୂରରେ ରହିଥିଲା। ବାତ୍ୟା ଧୀରେ ଧୀରେ ଘନୀଭୂତ ହେବା ସହ ସମୁଦ୍ରରୁ ବଳ ଗୋଟାଇ ଘଣ୍ଟାପ୍ରତି ୨୭ କି.ମି. ବେଗରେ ଆଗକୁ ବଢୁଛି।

ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ଆକଳନ ଅନୁଯାୟୀ, ଏହି ବାତ୍ୟା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ୨ ତାରିଖ ସୋମବାର ସକାଳ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ। ଏହାପରେ ସେହି ଦିଗରେ ଗତିକରି ରାତି ସାଢ଼େ ୧୧ଟାରୁ ୩ ତାରିଖ ମଙ୍ଗଳବାର ଭୋର୍‌ ୪ଟା ମଧ୍ୟରେ ନେଲୋର ଓ ନରସାପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କି.ମି. ରହିବା ସହ ଝଟ୍‌କା ପବନର ବେଗ ସର୍ବାଧିକ ୧୨୦ କି.ମି. ପର୍ଯ୍ୟନ୍ତ ରହିପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ମୁରାସୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପୁଣି ବର୍ଷା ଭୟ ଦେଖାଦେଇଛି। ବିଶେଷକରି ନଭେମ୍ବର ୩ ଓ ୪ ତାରିଖ ଦକ୍ଷିଣ ଓଡ଼ିଶା ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ସମୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାକୁ ଅଧିକ ବିପଦ ରହିଥିବା ସେ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟପ୍ରୁଫ୍ କାଚ ବାକ୍ସ ଭିତରୁ ପ୍ରଶଂସକଙ୍କୁ ଭେଟିଲେ ଅମିତାଭ, ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ବିଗତ କିଛି ଦଶନ୍ଧି ଧରି ପ୍ରତ୍ୟେକ ରବିବାର ନିଜ ବାସଭବନ ‘ଜଲ୍‌ସା’ ବାହାରେ ଏକାଠି ହେଉଥିବା ହଜାର ହଜାର ପ୍ରଶଂସକଙ୍କୁ…

ଖାଇବାକୁ ନେଇ ସ୍ତ୍ରୀଙ୍କୁ ହତ୍ୟା

କେନ୍ଦୁଝର,୧ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍‌ ନୟାକୋଟ ଥାନା କୁଶକଳା କାଳିଆଡ଼ିହି ସାହିରେ ଖାଇବାକୁ ନେଇ ସ୍ତ୍ରୀଙ୍କୁ ହତ୍ୟା ହୋଇଛି। ହତ୍ୟା ପରେ ମୃତଦେହକୁ…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି…

ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ: ସରକାରଙ୍କ ବିଫଳତାକୁ ନେଇ ବର୍ଷିଲେ ବିଜେଡି ନେତା

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଏଭଳିସ୍ଥିତିରେ…

ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ…

ବରଗଡ଼ରେ ଚାଞ୍ଚଲ୍ୟ, ଅଭାବରେ ପଡ଼ି ଶିଶୁକନ୍ୟାଙ୍କୁ ଅନ୍ୟ ହାତରେ ଟେକିଦେଲେ ଦମ୍ପତି

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଭାବ ଅନଟନରେ ପଡ଼ି ଏକ ନବଜାତ ଶିଶୁକନ୍ୟାକୁ ଅନ୍ୟ ଦମ୍ପତିଙ୍କ ହାତରେ ଟେକି ଦେବା ଭଳି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି…

କଲେଜ ଛାତ୍ରୀଙ୍କୁ ଅପହରଣ: ଥାନାରେ ମାମଲା

ହାଟଡ଼ିହୀ,୧l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ରହୁଥିବା ଜଣେ ୧୭ ବର୍ଷିୟା କଲେଜ ଛାତ୍ରୀଙ୍କୁ ପନ୍ଦାଡୋ ଗ୍ରାମର ହରେକୃଷ୍ଣ ଦେବତାଙ୍କ ପୁଅ ଶିଶିର ଦେବତା(୩୫)…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?