Posted inଜାତୀୟ

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ରେମାଲ’: ବଢୁଛି ପବନର ବେଗ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୬।୫: ବଙ୍ଗୋପସାଗରରେ ବାତ୍ୟା ‘ରେମାଲ’ ଅଧିକ ଘନୀଭୁତ ହୋଇ ରବିବାର ଭୀଷଣ ବାତ୍ୟାର ରୂପ ନେଇ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁଛି। ବାଲଂଦେଶ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ ଏବଂ ଝଟକା ପବନ ୧୩୫ କିଲୋମିଟର ରହିଛି। ବାତ୍ୟା ନେଇ ପଶ୍ଚିମବଙ୍ଗରେ ରେଡ ଆଲର୍ଟ ଜାରି କରାଯାଇଛି। ଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲାରେ ପ୍ରଶାସନ ସତର୍କ ରହିଛି। ସାମୟିକ ଭାବେ ବିମାନ ଓ ରେଳ ଚଳାଚଳ ବନ୍ଦ ରଖାଯାଇଛି। ଦୀଘା ସମୁଦ୍ରକୂଳରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି। ଉଦ୍ଧାରକାର୍ଯ୍ୟ ପାଇଁ ୧୨ଟି ଏନଡିଆରଏଫ ଟିମ ମୁତୟନ ଅଛନ୍ତି। ସମୁଦ୍ର ଅଶାନ୍ତ ରହୁଥିବାରୁ ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
‘ରେମାଲ’ ପରେ ବିପର୍ଯ୍ୟୟ ମୁକାବିଲା ପାଇଁ ଭାରତୀୟ ନୌସେନା ବର୍ତ୍ତମାନର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସଓପି) ଅନୁସରଣ କରି ପ୍ରସ୍ତୁତି ଆରମ୍ଭ କରିଛି। ନୌସେନା ମୁଖ୍ୟାଳୟରେ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ଏଥିସହ ପୂର୍ବ ନୌସେନା କମାଣ୍ଡ ମୁଖ୍ୟାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଚାଲିଛି। ପ୍ରଭାବିତ ଲୋକଙ୍କ ସୁରକ୍ଷା ଓ କଲ୍ୟାଣ ସୁନିଶ୍ଚିତ କରିବା ପାଇଁ ଭାରତୀୟ ନୌସେନା ତୁରନ୍ତ ମୁତୟନ ପାଇଁ ଏଚଏଡିଆର ଏବଂ ଚିକିତ୍ସା ସାମଗ୍ରୀ ସହିତ ସଜ୍ଜିତ ଦୁଇଟି ଜାହାଜକୁ ପ୍ରସ୍ତୁତ କରିଛି। ଏହାବ୍ୟତୀତ ଭାରତୀୟ ନୌସେନାର ସି କିଙ୍ଗ ଓ ଚେତକ ହେଲିକପ୍ଟର ସହ ଡୋର୍ନିୟର ବିମାନ ମଧ୍ୟ ଶୀଘ୍ର ଜବାବ ଦେବା ପାଇଁ ପ୍ରସ୍ତୁତ ରହିଥିବା ଜଣାପଡ଼ିଛି। ସେପଟେ ‘ରେମାଲ’ ଉପରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମୀକ୍ଷା କରିଛନ୍ତି। ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ପ୍ରଧାନମନ୍ତ୍ରୀଙ୍କୁ ସବିଶେଷ ସୂଚନା ପ୍ରଦାନ କରିଛନ୍ତି।
ଅପରପକ୍ଷେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ତେବେ ‘ରେମାଲ’ର ପ୍ରଭାବରେ ରବିବାର ଉତ୍ତର ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡ଼ା ସହ ସଂଲଗ୍ନ କଟକ ଜିଲାର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ତୀବ୍ରବୃଷ୍ଟିପାତ(ଘଣ୍ଟାପ୍ରତି ୨ରୁ ୩ସେମି) ଲାଗିରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?