Posted inରାଜ୍ୟ

ଭିଷଣ ବାତ୍ୟାରେ ପରିଣତ ହେଲା ରେମାଲ, ୧୧୦-୧୨୦ ବେଗରେ ଛୁଇଁବ ଉପକୂଳ

ଭୁବନେଶ୍ୱର,୨୫ା୫: ବଙ୍ଗୋପସାଗରର ଉତ୍ତର ଉପକୂଳରେ ଥିବା ବାତ୍ୟା ରେମାଲ ଭିଷଣ ବାତ୍ୟାରେ ପରିଣତ ହୋଇଛି। ଏହା ସାଗର ଦ୍ୱୀପପୁଞ୍ଜରୁ ପ୍ରାୟ ୨୭୦ କିଲୋମିଟର ଦୁରରେ ରହିଛି।

ବାତ୍ୟା ରେମାଲ ଉତ୍ତର ଦିଗକୁ ଗତି କରି, ଆହୁରି ତୀବ୍ର ହେବା ସହ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ମେ ୨୬ ମଧ୍ୟରାତ୍ରିରେ ଏକ ଭିଷଣ ବାତ୍ୟା ଭାବରେ ଉପକୁଳ ଅତିକ୍ରମ କରିବ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଅନୁଯାୟୀ ବାତ୍ୟା ରେମାଲ ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ପ୍ରାୟ ୧୧୦-୧୨୦ କିଲୋମିଟର ରହିବ।

ସେପଟେ ଓଡ଼ିଶାରେ ବାତ୍ୟାର ପ୍ରଭାବ ରହିବ ନାହିଁ। ଏହି ଦୁଇଦିନ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥବସହିତ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ରବିବାର ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ବାଲେଶ୍ୱର ଏବଂ ଭଦ୍ରକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ଉପକୂଳରେ ପବନର ଗତି ୪୦ ରୁ ୫୦କିମି ବେଗରେ ବୋହିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri