ମଧ୍ୟରାତିରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’: ବର୍ଷା, ପବନର ମୁକାବିଲା ପାଇଁ ଜିଲାପାଳଙ୍କୁ ସତର୍କ କରାଇଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬।୫: ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ରେମାଲ’ ରବିବାର ମଧ୍ୟରାତିରେ ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବନୁମାନ କରାଯାଇଛି।

ଏହାର ସିଧା ପ୍ରଭାବ ଓଡ଼ିଶା ପ୍ରତି ନ ଥିବା ବେଳେ ଉପକୂଳ ଜିଲାଗୁଡିକରେ ପବନ ବହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ଏସ୍‌ଆର୍‌ସି ଜିଲାପାଳମାନଙ୍କୁ ସତର୍କ କରାଇଛନ୍ତି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଓ କେନ୍ଦ୍ରାପଡ଼ା ଜିଲାପାଳଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ବର୍ଷା ସହ ପବନର ମୁକାବିଲା ପାଇଁ ଓଡ୍ରାଫ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ମୁତୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗରରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ସତର୍କ କରାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?