Posted inରାଜ୍ୟ

ବଳ ଗୋଟାଉଛି ବାତ୍ୟା ‘ରେମାଲ’: ଓଡ଼ିଶାର ଏହି ଜିଲାରେ ପଡ଼ିବ ପ୍ରଭାବ, ପବନ ବୋହିବ

ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ସକାଳ ୫ଟା ୩୦ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଥିଲା। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ବାତ୍ୟା ‘ରେମାଲ’ ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ବାତ୍ୟା ପଶ୍ଚିମବଙ୍ଗ ମୁହାଁ ହୋଇଥିବାବେଳେ ଓଡ଼ିଶା ପ୍ରତି କୌଣସି ବିପଦ ନାହିଁ।

ତେବେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହିତ ଅଧିକ ତୀବ୍ର ହେବ। ରବିବାର ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇଛି। ରବିବାର ମଧ୍ୟରାତ୍ରି ସୁଦ୍ଧା ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୧୦ରୁ ୧୨୦ କି.ମି. ବେଗରେ ପବନ ବହିବା ସହ ମଝିରେ ମଝିରେ ୧୩୫ କି.ମି. ବେଗରେ ଝଟ୍‌କା ପବନ ହେବ। ଏଥିପାଇଁ ସମସ୍ତ ବନ୍ଦରକୁ ସତର୍କ ଜାରି କରାଯାଇଛି। ଆସନ୍ତା ୨୬ ଓ ୨୭ ତାରିଖରେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ କରାଯାଇଛି। ୧.୫ ମିଟର ପର୍ଯ୍ୟନ୍ତ ସାମୁଦ୍ରିକ ଜୁଆର ଉଠି ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ତଳିଆ ଅଞ୍ଚଳକୁ ଜଳମଗ୍ନ କରିବାର ଆଶଙ୍କା ରହିଛି। ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗରରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ସତର୍କ କରାଇଦେଇଛି।

ସେହିଭଳି ୨୬ ଓ ୨୭ ତାରିଖ ପାଇଁ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲା ପାଇଁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ପଶ୍ଚିମବଙ୍ଗର ଦକ୍ଷିଣ ଏବଂ ଉତ୍ତର ୨୪ ପ୍ରଗଣା ଜିଲାରେ ବନ୍ୟା ଆଶଙ୍କା ଥିବାରୁ ନିର୍ମାଣ, ବିଦ୍ୟୁତ୍‌ ଓ ଯୋଗାଯୋଗ ଲାଇନ, କଚ୍ଚା ରାସ୍ତା, ଫସଲ ଏବଂ ବଗିଚାରେ ବ୍ୟାପକ କ୍ଷୟକ୍ଷତି ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି।ଅନ୍ୟପକ୍ଷରେ ଓଡ଼ିଶାରେ ବାତ୍ୟାର ପ୍ରଭାବ ରହିବ ନାହିଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୬ ଓ ୨୭ ତାରିଖ ଦୁଇଦିନ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହିତ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜଗତ୍‌ସିଂହପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ରବିବାର ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର ଏବଂ ଭଦ୍ରକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ଉପକୂଳରେ ପବନର ବେଗ ୪୦ରୁ ୫୦ କି.ମି. ମଧ୍ୟରେ ରହିବ ବୋଲି ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri