Posted inରାଜ୍ୟ

ବଳ ଗୋଟାଉଛି ବାତ୍ୟା ‘ରେମାଲ’: ଓଡ଼ିଶାର ଏହି ଜିଲାରେ ପଡ଼ିବ ପ୍ରଭାବ, ପବନ ବୋହିବ

ଭୁବନେଶ୍ୱର, ୨୬।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ସକାଳ ୫ଟା ୩୦ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇଥିଲା। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରରେ ବାତ୍ୟା ‘ରେମାଲ’ ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ବାତ୍ୟା ପଶ୍ଚିମବଙ୍ଗ ମୁହାଁ ହୋଇଥିବାବେଳେ ଓଡ଼ିଶା ପ୍ରତି କୌଣସି ବିପଦ ନାହିଁ।

ତେବେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହିତ ଅଧିକ ତୀବ୍ର ହେବ। ରବିବାର ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇଛି। ରବିବାର ମଧ୍ୟରାତ୍ରି ସୁଦ୍ଧା ସାଗର ଦ୍ୱୀପ ଏବଂ ବାଂଲାଦେଶର ଖେପୁପରା ମଝିରେ ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୧୦ରୁ ୧୨୦ କି.ମି. ବେଗରେ ପବନ ବହିବା ସହ ମଝିରେ ମଝିରେ ୧୩୫ କି.ମି. ବେଗରେ ଝଟ୍‌କା ପବନ ହେବ। ଏଥିପାଇଁ ସମସ୍ତ ବନ୍ଦରକୁ ସତର୍କ ଜାରି କରାଯାଇଛି। ଆସନ୍ତା ୨୬ ଓ ୨୭ ତାରିଖରେ ପଶ୍ଚିମବଙ୍ଗ ଏବଂ ଉତ୍ତର ଓ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ କରାଯାଇଛି। ୧.୫ ମିଟର ପର୍ଯ୍ୟନ୍ତ ସାମୁଦ୍ରିକ ଜୁଆର ଉଠି ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ତଳିଆ ଅଞ୍ଚଳକୁ ଜଳମଗ୍ନ କରିବାର ଆଶଙ୍କା ରହିଛି। ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗରରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପାଣିପାଗ ବିଭାଗ ସତର୍କ କରାଇଦେଇଛି।

ସେହିଭଳି ୨୬ ଓ ୨୭ ତାରିଖ ପାଇଁ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲା ପାଇଁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ପଶ୍ଚିମବଙ୍ଗର ଦକ୍ଷିଣ ଏବଂ ଉତ୍ତର ୨୪ ପ୍ରଗଣା ଜିଲାରେ ବନ୍ୟା ଆଶଙ୍କା ଥିବାରୁ ନିର୍ମାଣ, ବିଦ୍ୟୁତ୍‌ ଓ ଯୋଗାଯୋଗ ଲାଇନ, କଚ୍ଚା ରାସ୍ତା, ଫସଲ ଏବଂ ବଗିଚାରେ ବ୍ୟାପକ କ୍ଷୟକ୍ଷତି ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି।ଅନ୍ୟପକ୍ଷରେ ଓଡ଼ିଶାରେ ବାତ୍ୟାର ପ୍ରଭାବ ରହିବ ନାହିଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୬ ଓ ୨୭ ତାରିଖ ଦୁଇଦିନ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହିତ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜଗତ୍‌ସିଂହପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ରବିବାର ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାକୁ ଥିବାବେଳେ ବାଲେଶ୍ୱର ଏବଂ ଭଦ୍ରକର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିସହିତ ଉପକୂଳରେ ପବନର ବେଗ ୪୦ରୁ ୫୦ କି.ମି. ମଧ୍ୟରେ ରହିବ ବୋଲି ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?