ବାତ୍ୟା ‘ରେମଲ’ ଆଣୁଛି ବର୍ଷା

ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ସକାଳେ ଅବପାତରେ ପରିଣତ ହେବା ସହ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି। ସନ୍ଧ୍ୟା ସୁଦ୍ଧା ଏହା ବାଂଲାଦେଶ ଖେପୁପାରା ଉପକୂଳରୁ ୮୦୦ କି.ମି. ଦକ୍ଷିଣ ଓ ଦକ୍ଷିଣ- ପଶ୍ଚିମ ଏବଂ ପଶ୍ଚିମବଙ୍ଗ ଉପକୂଳରୁ ୮୧୦ କି.ମି. ଦକ୍ଷିଣରେ କେନ୍ଦ୍ରୀଭୂତ ରହି ଧୀରେ ଧୀରେ ଉତ୍ତରପୂର୍ବ ଦିଗରେ ଗତି କରୁଛି। ଅବପାତଟି ଅଧିକ ତୀବ୍ର ହୋଇ ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟାର ନାଁ ରହିଛି ‘ରେମଲ’। ଶନିବାର ସନ୍ଧ୍ୟା ସୁଦ୍ଧା ଏହା ଭୀଷଣ ବାତ୍ୟାରେ ପରିଣତ ହେବାର ଆଶଙ୍କା ରହିଛି। ଏହାପରେ ‘ରେମଲ’ ଉତ୍ତର ଦିଗକୁ ଗତି କରି ୨୬ ତାରିଖ ମଧ୍ୟ ରାତ୍ରିରେ ସାଗର ଦ୍ୱୀପ ଓ ଖେପୁପାରା ମଧ୍ୟ ଦେଇ ଅଗ୍ରସର ହେବା ପରେ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳକୁ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବ ନାହିଁ। କିନ୍ତୁ ଉତ୍ତର ଓ ଉପକୂଳ ଓଡ଼ିଶାର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୪୦ରୁ ୫୦ କି.ମି. ବେଗରେ ପବନ ବୋହିବ। ମଝିରେ ମଝିରେ ଝଟକା ପବନର ବେଗ ଘଣ୍ଟା ପ୍ରତି ୬୦ କି.ମି. ପର୍ଯ୍ୟନ୍ତ ରହିବ। ସେହିପରି ୨୬ ତାରିଖ ସକାଳଠାରୁ ବାଲେଶ୍ୱର ଓ ଭଦ୍ରକ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ଏବଂ କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହେବ। ଘଣ୍ଟା ପ୍ରତି ୬୦ରୁ ୭୦ କି.ମି. ବେଗରେ ପବନ ବୋହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ପ୍ରବଳ ବର୍ଷା ନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପକ୍ଷରୁ ଏହି ୪ ଜିଲାକୁ ସତର୍କ କରିବା ସହ ସମ୍ଭାବ୍ୟ ସ୍ଥିତିର ମୁକାବିଲା କରିବାକୁ ଜିଲାପାଳମାନଙ୍କୁ ପ୍ରସ୍ତୁତ ରହିବା ପାଇଁ ପରାମର୍ଶ ଦେଇଛନ୍ତି।
ସେପଟେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ଜାରି ରହିଛି। ଶୁକ୍ରବାର ବଲାଙ୍ଗୀରରେ ଦିନ ତାପମାତ୍ରା ସର୍ବାଧିକ ୪୧.୫ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ରେ ୪୧, ବୌଦ୍ଧ ଓ ସୋନପୁରରେ ୪୦.୫, ନୂଆପଡ଼ାରେ ୪୦.୪ ଡିଗ୍ରୀ ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?