ବାଂଲାଦେଶରେ ବାତ୍ୟା ସିତ୍ରାଙ୍ଗ୍‌ର ତାଣ୍ଡବ: ୧୬ ମୃତ

କୌକାଟା,୨୬ା୧୦: ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ସିତ୍ରାଙ୍ଗ୍‌ ବାଂଲାଦେଶରେ ବ୍ୟାପକ କ୍ଷୟକ୍ଷତି ଘଟାଇବା ସହ ୧୬ ଜଣଙ୍କ ଜୀବନ ନେଇଛି। ବାତ୍ୟା ପୂର୍ବରୁ ୧୦ ଲକ୍ଷ ଲୋକଙ୍କୁ ସେମାନଙ୍କ ଘରୁ ନିରାପଦ ସ୍ଥାନକୁ ନିଆଯାଇଥିଲା। ବାତ୍ୟାରେ ବିଦ୍ୟୁତ୍‌ ବିଚ୍ଛିନ୍ନ କାରଣରୁ ୧୫ ଉପକୂଳ ଜିଲାର ପ୍ରାୟ କୋଟିଏ ଲୋକ ଅନ୍ଧାରରେ ରହିଛନ୍ତି। ଦକ୍ଷିଣ ଓ ଦକ୍ଷିଣ ପଶ୍ଚିମ ବାଂଲାଦେଶର ସମସ୍ତ ସ୍କୁଲ୍‌ ବନ୍ଦ କରିଦିଆଯାଇଛି। ସୋମବାର ବିଳମ୍ବିତ ରାତିରେ ସିତ୍ରାଙ୍ଗ୍‌ ଦକ୍ଷିଣ ବାଂଲାଦେଶରେ ଲ୍ୟାଣ୍ଡଫଲ୍‌ କରିଥିଲା। ବୋଟ୍‌ ବୁଡ଼ିଯାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଗଛଡାଳ ପଡ଼ି ଅନ୍ୟମାନଙ୍କ ଜୀବନ ଯାଇଛି। ବାତ୍ୟା ପାଇଁ ଉତ୍ତରପୂର୍ବ ଭାରତରେ ବିମାନ ଚଳାଚଳ ଗୁରୁତର ପ୍ରଭାବିତ ହୋଇଛି। ସୋମବାର ସକାଳୁ ୧୦ଟି ବିମାନକୁ ବାତିଲ କରିଦିଆଯାଇଥିଲା। ରେଲ୍‌ଓ୍ବେ ପକ୍ଷରୁ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି। ଅଗରତାଲାରୁ କୋଲକାତା ଯାଉଥିବା ୩ ବିମାନ, ଅଗରତାଲାକୁ ସିଲଂ, ଐଜଓ୍ବଲକୁ ସଂଯୋଗ କରୁଥିବା ବିମାନ ଏବଂ ଇମ୍ପାଲରୁ ଶିଲଂ, ଦିଲ୍ଲୀ, ଅଗରତାଲାଙ୍କୁ ସଂଯୋଗ କରୁଥିବା ବିମାନ ଉଡ଼ାଣ ବାତିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri