Posted inଜାତୀୟ

ତାଉକ୍‌ତାଏ ତାଣ୍ଡବ: ସମୁଦ୍ରରେ ଫସିଥିବା ୧୭୭ଲୋକଙ୍କୁ ରେସକ୍ୟୁ କଲା ନୌସେନା

ମୁମ୍ବାଇ,୧୮।୫: ସାମୁଦ୍ରିକ ଝଡ଼ ତଉକ୍‌ତାଏ ସୋମବାର ରାତିରେ ଗୁଜରାଟର ସୌରାଷ୍ଟ୍ର ଉପକୂଳ ଡିଉଠାରେ ଲ୍ୟାଣ୍ଡଫଲ୍‌ କରିଛି। ଏହାର ପ୍ରଭାବରେ ମହାରାଷ୍ଟ୍ରରୁ ଆରମ୍ଭ କରି ଗୁଜରାଟ ପର୍ଯ୍ୟନ୍ତ ଏହାର ତାଣ୍ଡବ ଦେଖିବାକୁ ମିଳିଛି। ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଜୋରରେ ପବନ ବୋହିବାରୁ ବଡ଼ ବଡ଼ ଗଛମାନ ଭାଙ୍ଗିଯାଇଛି। ଇତିମଧ୍ୟରେ ମୁମ୍ବାଇ ନିକଟବର୍ତ୍ତି ସମୁଦ୍ରରେ ଏକ ବେରେଜ ୩୦୫ ନୌକା ବାତ୍ୟା ଯୋଗୁ ଫସିଯାଇଥିଲା। ଯେଉଁଥିରେ ପ୍ରାୟ ୨୭୩ଜଣ ବ୍ୟକ୍ତି ଥିବା କୁହାଯାଉଛି। ଏହାପରେ ଭାରତୀୟ ନୌସେନା ସେମାନଙ୍କୁ ଉଦ୍ଧାର କରିବା ପାଇଁ ରେସକ୍ୟୁ ଅପରେଶନ୍‌ ଆରମ୍ଭ କରିଥିଲା। ତେବେ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୧୭୭ ଲୋକଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଏହି ରେସକ୍ୟୁ ଅପରେଶନ୍‌ କାର୍ଯ୍ୟରେ ଇଣ୍ଡିଆନ ନାଭାଲ P8I ସର୍ଭିଲାନ୍ସ ଏୟାରକ୍ରାଫ୍ଟ, ଆଇଏନ୍‌ଏସ୍‌ କୋଚି, ଆଇଏନ୍‌ଏସ୍‌ କୋଲକାତା ଓ ହେଲିକପ୍ଟର ମୁତୟନ ହୋଇଛି ବୋଲି ଭାରତୀୟ ନୌସେନା ଅଧିକାରୀ କହିଛନ୍ତି। ତେବେ ମଙ୍ଗଳବାର ଏହି ଅପରେଶନ୍‌କୁ ଅଧିକ ତ୍ୱରାନ୍ବିତ କରାଯିବା ସହ ସର୍ଚ୍ଚ ଅପରେଶନ୍‌ ଜାରି ରହିବ ବୋଲି ଉକ୍ତ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri