Posted inଜାତୀୟ

ତାଉକ୍‌ତାଏ ତାଣ୍ଡବ: ସମୁଦ୍ରରେ ଫସିଥିବା ୧୭୭ଲୋକଙ୍କୁ ରେସକ୍ୟୁ କଲା ନୌସେନା

ମୁମ୍ବାଇ,୧୮।୫: ସାମୁଦ୍ରିକ ଝଡ଼ ତଉକ୍‌ତାଏ ସୋମବାର ରାତିରେ ଗୁଜରାଟର ସୌରାଷ୍ଟ୍ର ଉପକୂଳ ଡିଉଠାରେ ଲ୍ୟାଣ୍ଡଫଲ୍‌ କରିଛି। ଏହାର ପ୍ରଭାବରେ ମହାରାଷ୍ଟ୍ରରୁ ଆରମ୍ଭ କରି ଗୁଜରାଟ ପର୍ଯ୍ୟନ୍ତ ଏହାର ତାଣ୍ଡବ ଦେଖିବାକୁ ମିଳିଛି। ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଜୋରରେ ପବନ ବୋହିବାରୁ ବଡ଼ ବଡ଼ ଗଛମାନ ଭାଙ୍ଗିଯାଇଛି। ଇତିମଧ୍ୟରେ ମୁମ୍ବାଇ ନିକଟବର୍ତ୍ତି ସମୁଦ୍ରରେ ଏକ ବେରେଜ ୩୦୫ ନୌକା ବାତ୍ୟା ଯୋଗୁ ଫସିଯାଇଥିଲା। ଯେଉଁଥିରେ ପ୍ରାୟ ୨୭୩ଜଣ ବ୍ୟକ୍ତି ଥିବା କୁହାଯାଉଛି। ଏହାପରେ ଭାରତୀୟ ନୌସେନା ସେମାନଙ୍କୁ ଉଦ୍ଧାର କରିବା ପାଇଁ ରେସକ୍ୟୁ ଅପରେଶନ୍‌ ଆରମ୍ଭ କରିଥିଲା। ତେବେ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ୧୭୭ ଲୋକଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। ଏହି ରେସକ୍ୟୁ ଅପରେଶନ୍‌ କାର୍ଯ୍ୟରେ ଇଣ୍ଡିଆନ ନାଭାଲ P8I ସର୍ଭିଲାନ୍ସ ଏୟାରକ୍ରାଫ୍ଟ, ଆଇଏନ୍‌ଏସ୍‌ କୋଚି, ଆଇଏନ୍‌ଏସ୍‌ କୋଲକାତା ଓ ହେଲିକପ୍ଟର ମୁତୟନ ହୋଇଛି ବୋଲି ଭାରତୀୟ ନୌସେନା ଅଧିକାରୀ କହିଛନ୍ତି। ତେବେ ମଙ୍ଗଳବାର ଏହି ଅପରେଶନ୍‌କୁ ଅଧିକ ତ୍ୱରାନ୍ବିତ କରାଯିବା ସହ ସର୍ଚ୍ଚ ଅପରେଶନ୍‌ ଜାରି ରହିବ ବୋଲି ଉକ୍ତ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri