Posted inଜାତୀୟ

୧୭୫ କିଲୋମିଟର ବେଗରେ ମାଡ଼ି ଆସୁଛି ବାତ୍ୟା ‘ତଉକତେ’…

ମୁମ୍ବାଇ,୧୫।୫:  ଲାକ୍ଷାଦ୍ୱୀପ ଏବଂ ଆରବ ସାଗର ଉପର ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୁତ ହୋଇ ଡିପ୍‌ ଡିପ୍ରେସନ୍‌ରେ ପରିଣତ ହୋଇଛି। ଏହି ବାତ୍ୟାକୁ ଏକ ଛିଟିପିଟି ପ୍ରଜାତି ଅନୁସାରେ ‘ତଉକତେ’ ନାମ ଦିଆଯାଇଛି। ବାତ୍ୟା ଘଣ୍ଟାପ୍ରତି ୧୭୫ କିଲୋମିଟର ବେଗରେ ଉପକୂଳ ମୂହାଁ ହୋଇଛି। ଆସନ୍ତା ୩ ଦିନମଧ୍ୟରେ ‘ତଉକତେ’ ଗୁଜରାଟ, ମହାରାଷ୍ଟ୍ର ଏବଂ କେରଳ ଉପକୂଳରେ ପହଞ୍ଚିବାର ଆଶଙ୍କା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଉପକୂଳବର୍ତ୍ତୀ ଅଞ୍ଚଳ ବାସିନ୍ଦାଙ୍କ ସ୍ଥାନାନ୍ତରଣ ଜାରି ରହିବା ସହିତ ୫୩ ଏନ୍‌ଡିଆର୍‌ଏଫ୍‌ ଟିମ୍‌ଙ୍କୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରିବା ଲାଗି ସଜାଗ ରଖାଯାଇଛି। ତାମିଲନାଡୁ ମତ୍ସ ସମ୍ପଦ ବିଭାଗ ପକ୍ଷରୁ ମାଛ ଧରିବା ପାଇଁ ଗଭୀର ସମୁଦ୍ରକୁ ନ ଯିବା ଲାଗି ୨୫୦୦ ଧୀବରଙ୍କୁ ପରାମର୍ଶ ଦିଆଯାଇଛି। ୧୬ରୁ ୧୯ ତାରିଖ ମଧ୍ୟରେ ‘ତଉକତେ’ ଭୀଷଣ ରୂପ ଧାରଣ କରିବାର ଆଶଙ୍କା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ସୋମବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri