ହେବକି ବାତ୍ୟା?, ଆଣ୍ଡାମାନ ସାଗରକୁ ପ୍ରବେଶ କଲା ଘୂର୍ଣ୍ଣିବଳୟ, ଏହି ସ୍ଥାନରେ ଲ୍ୟାଣ୍ଡଫଲ….

ଭୁବନେଶ୍ବର,୨୧ା୧୦: ବାତ୍ୟା ଆଶଙ୍କା ଭିତରେ ଉତ୍ତର ଆଣ୍ଡାମାନ ସାଗରକୁ ପ୍ରବେଶ କଲା ଘୂର୍ଣ୍ଣିବଳୟ । ଥାଇଲାଣ୍ଡ ଉପସାଗର ସଂଲଗ୍ନ ମିଆଁମାର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ତାରିଖରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହ ପରବର୍ତ୍ତୀ ୩ ଦିନ ମଧ୍ୟରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୨୬ରୁ ୨୯ ମଧ୍ୟରେ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ।

ତେବେ ଅକ୍ଟୋବର ମାସରେ ବାତ୍ୟା ନେଇ ଆଶଙ୍କା ପ୍ରକାଶ ପାଇଥିବା ନେଇ ଲୋକଙ୍କ ମଧ୍ୟରେ ଏବେଠୁ ଛନକା ପଶିଛି । ଏହା ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ ବୋଲି କିଛି ବିଦେଶୀ ପାଣିପାଗ ମଡେଲ ଆକଳନ କରିଛନ୍ତି। କିନ୍ତୁ ଏନେଇ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିନାହିଁ । ୟୁରୋପିଆନ ମଡେଲ କହିଛି ସମ୍ଭାବ୍ୟ ବାତ୍ୟା ୨୭ ବେଳକୁ ଉପକୂଳ ନିକଟବର୍ତ୍ତି ହୋଇପାରେ, ୨୮ରେ ଉପକୂଳକୁ ଛୁଇଁପାରେ। ତେବେ ଏହା କେଉଁ ଅଂଚଳରେ ଏବଂ କେବେ ସ୍ଥଳଭାଗ ଅତିକ୍ରମ କରିବ ତାହା ସ୍ପଷ୍ଟ କରାଯାଇନି। ତେବେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଏଯାଏଁ ବାତ୍ୟା ସମ୍ପର୍କିତ କୌଣସି ଆକଳନ କରାଯାଇନାହିଁ।

 

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?