ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇଦିନ ମଧ୍ୟରେ ଅର୍ଥାତ୍‌ ୨୧ କିମ୍ବା ୨୨ ତାରିଖ ବେଳକୁ ଏହା ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଏହା ଧୀରେ ଧୀରେ ଅଧିକ ସକ୍ରିୟ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି। ତେବେ ଅବପାତ ବାତ୍ୟାର ରୂପ ନେବ କି ନାହିଁ, ସେ ନେଇ ସ୍ପଷ୍ଟ ହୋଇ ନ ଥିବାବେଳେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ୨୨ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଶନିବାର ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କତା ଜାରି କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ

ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ…

ଗୁରୁତର ରୋଗୀଙ୍କୁ ଧମକ ଦେଇ ଡିସଚାର୍ଜ ଅଭିଯୋଗ

ଗୁଡ଼ାରି, ୧୮/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ସେବାରେ ଅବହେଳା ଓ ଦୁର୍ବ୍ୟବହାର ଭଳି ଏକ ଅଭିଯୋଗ ଶୁକ୍ରବାର ସାମ୍ନାକୁ ଆସିଛି।…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?