ବାତ୍ୟା ଆଶଙ୍କା: ଓଡ଼ିଶାରେ ପବନ, ବର୍ଷା

ଭୁବନେଶ୍ୱର, ୨୩।୧୦(ଅସମାପିକା ସାହୁ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅବପାତରେ ପରିଣତ ହୋଇଛି। ରବିବାର ସନ୍ଧ୍ୟା ସୁଦ୍ଧା ଏହା ପାରାଦୀପଠାରୁ ଦକ୍ଷିଣରେ ୫୨୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ୬ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବା ପରେ ଉତ୍ତର ଆଡ଼କୁ ଗତି କରିବା ଆଶଙ୍କା ରହିଛି। ସୋମବାର ମଧ୍ୟରାତ୍ରି ସୁଦ୍ଧା ଏହା ଦୁର୍ବଳ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ବାତ୍ୟାର ନାଁ ରହିବ ‘ହମୁନ୍‌’। ଦୁଇଦିନ ପର୍ଯ୍ୟନ୍ତ ଏହା ବଙ୍ଗୋପସାଗରରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ବାଂଲାଦେଶ-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ରରେ ପବନର ବେଗ ସର୍ବାଧିକ ୮୦ କିମି ରହିବା ସହ ୨୬ ତାରିଖ ଯାଏ ସମୁଦ୍ର ଅଧିକ ଅଶାନ୍ତ ରହିବ। ସେ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି। କିନ୍ତୁ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ରହିବ ନାହିଁ। କିନ୍ତୁ ସୋମବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ।

ଉପକୂଳରେ ପବନ ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୋମବାର କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ସହିତ ଉପକୂଳ ଓଡ଼ିଶାର କିଛି ଜିଲାରେ ବର୍ଷା ହେବାର ଆଶଙ୍କା ରହିଛି। ମଙ୍ଗଳବାର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ସହିତ ଉତ୍ତର ଉପକୂଳ ଓଡ଼ିଶାର ଅଧିକାଂଶ ଜିଲା, ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲା ଏବଂ ବାକିସବୁ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ। ଏଥିସହିତ ବୁଧବାର ୨୫ ତାରିଖରେ ମୟୂରଭଞ୍ଜ ଓ ଢେଙ୍କାନାଳ ସହିତ ଉପକୂଳ ଓଡ଼ିଶାର କିଛି ଜିଲା ଏବଂ ଗୁରୁବାର ୨୬ରେ ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ କଳାହାଣ୍ଡିର ଲୋକନୃତ୍ୟ ‘ଘୁମୁରା’: ପ୍ରଶିକ୍ଷଣ କେନ୍ଦ୍ରରେ ଝୁଲୁଛି ତାଲା

ଭବାନୀପାଟଣା, ୧୬ା୯ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଲୋକନୃତ୍ୟ ଘୁମୁରାକୁ ଆହୁରି ସମୃଦ୍ଧ କରିବା ପାଇଁ ରାଜ୍ୟ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ…

ସେକ୍ସ ରାକେଟ ଠାବ: ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କ ଘରେ ଚାଲିଥିଲା…

ଅନୁଗୋଳ,୧୬ା୯ (ଜ୍ୟୋତିରଞ୍ଜନ ସାହୁ):ଘର ଆଗରେ ନେମପ୍ଲେଟ ଲାଗିଛି। ଅବସରପ୍ରାପ୍ତ ପୋଲିସ କର୍ମଚାରୀ ବୋଲି ସେଥିରେ ଉଲ୍ଲେଖ ରହିଛି। ହେଲେ ଉକ୍ତ ଘରେ ଦେହ ବ୍ୟବସାୟ ଚାଲିଥିବା ଭଳି…

ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…

ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ…

୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ

ଭୁବନେଶ୍ୱର,୧୬ା୯(ସୁନିତ୍‌ ମିଶ୍ର): ଗ୍ରାହାମ୍‌ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ…

ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଭୁବନେଶ୍ୱର, ୧୬।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍‌ଚୀ ଏବଂ ଭି.ମୋହନଙ୍କ…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?