ସୋମବାର ଓଡ଼ିଶା ଛୁଇଁବ ବାତ୍ୟା! ଏହି ୭ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୪।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଘନୀଭୂତ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ ଏବଂ ୨୬ ତାରିଖ ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ଆଶଙ୍କା କରାଯାଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।

ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଆଜିଠାରୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ତେବେ, ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ବିଶେଷକରି ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଜିଲା ଯଥା- ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀମାନଙ୍କୁ ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଏହି ପରିପ୍ରେକ୍ଷୀରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ଓଡ଼ିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ହୋଇଥିବାରୁ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ସ୍ବାସ୍ଥ୍ୟ ଏବଂ ପଶୁ ସମ୍ପଦ ବିଭାଗକୁ ସଜାଗ ରହିବାକୁ ଆଲର୍ଟ କରାଯାଇଛି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri