ଆଜି ଘୂର୍ଣ୍ଣିବଳୟ, ୧ରେ ଲଘୁଚାପ: ନବମୀ, ଦଶମୀରେ ଅଧିକ ବର୍ଷା

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ବର୍ତ୍ତମାନ ରାଜ୍ୟରେ ହାଲୁକା ବର୍ଷା ଲାଗି ରହିଥିଲେ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରାୟତଃ ପାଗ ଅନୁକୂଳ ରହିଛି। ହେଲେ ଆଗକୁ ପାଗରେ ପରିବର୍ତ୍ତନ ଦେଖାଦେବ। ମଙ୍ଗଳବାର ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାବେଳେ ବୁଧବାର ଅର୍ଥାତ୍‌ ଅକ୍ଟୋବର ୧ ବେଳକୁ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ନବମୀ ଓ ଦଶମୀ ବର୍ଷାରେ ଭିଜିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ଏବଂ ଉତ୍ତର ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଆଦି ଅନ୍ୟ ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ଓ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରାୟ ୪ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ଆକଳନ କରାଯାଇଛି।
ଅପରପକ୍ଷରେ ମଙ୍ଗଳବାର ମହାଷ୍ଟମୀରେ ମଧ୍ୟ ରାଜ୍ୟରେ ବର୍ଷା ହେବ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହ ଅନ୍ୟାନ୍ୟ ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ସହ ପବନର ବେଗ ଅଧିକ ରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri