ଆଜି ଘୂର୍ଣ୍ଣିବଳୟ, ୧ରେ ଲଘୁଚାପ: ନବମୀ, ଦଶମୀରେ ଅଧିକ ବର୍ଷା

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ବର୍ତ୍ତମାନ ରାଜ୍ୟରେ ହାଲୁକା ବର୍ଷା ଲାଗି ରହିଥିଲେ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରାୟତଃ ପାଗ ଅନୁକୂଳ ରହିଛି। ହେଲେ ଆଗକୁ ପାଗରେ ପରିବର୍ତ୍ତନ ଦେଖାଦେବ। ମଙ୍ଗଳବାର ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାବେଳେ ବୁଧବାର ଅର୍ଥାତ୍‌ ଅକ୍ଟୋବର ୧ ବେଳକୁ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ନବମୀ ଓ ଦଶମୀ ବର୍ଷାରେ ଭିଜିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ଏବଂ ଉତ୍ତର ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଆଦି ଅନ୍ୟ ସମସ୍ତ ଜିଲାରେ ବିଜୁଳି ଘଡ଼ଘଡ଼ି ଓ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରାୟ ୪ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ ବୋଲି ଆକଳନ କରାଯାଇଛି।
ଅପରପକ୍ଷରେ ମଙ୍ଗଳବାର ମହାଷ୍ଟମୀରେ ମଧ୍ୟ ରାଜ୍ୟରେ ବର୍ଷା ହେବ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲାର କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହ ଅନ୍ୟାନ୍ୟ ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ସହ ପବନର ବେଗ ଅଧିକ ରହିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri