୮ରେ ଦାନାବାନ୍ଧିବ ବାତ୍ୟା

ଭୁବନେଶ୍ୱର,୭ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଶନିବାର ଏହା ଅବପାତ (ଡିପ୍ରେସନ)ରେ ପରିଣତ ହେବ। ରବିବାର ସା ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ଏହାପରେ ସାମୁଦ୍ରିକ ଝଡ଼ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ। ୧୦ ତାରିଖ ସୁଦ୍ଧା ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳକୁ ମୁହାଁଇବ। ବାତ୍ୟା ପୁଣି ଗତିପଥ ବଦଳାଇ ଉତ୍ତର- ପୂର୍ବ ଦିଗକୁ ଗତି କରି ୧୧ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାକୁ ଘଷି ହୋଇ ଯିବା ସମ୍ଭାବନା ରହିଛି। ବାତ୍ୟା ସ୍ଥଳଭାଗକୁ ଛୁଇଁବା ପୂର୍ବରୁ ଘଣ୍ଟା ପ୍ରତି ବେଗ ୧୦୦ରୁ ୧୧୦ କି.ମି. ରହିବ। ସ୍ଥଳଭାଗ ନିକଟକୁ ଆସିବା ବେଳକୁ ଏହା ଧୀରେ ଧୀରେ ଦୁର୍ବଳ ହେବ। ଏହାର ବେଗ ଘଣ୍ଟା ପ୍ରତି ୭୦ରୁ ୮୦ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ଯୋଗୁ ପାଗ ଥଣ୍ଡା ରହିଛି। ଆସନ୍ତା ଦୁଇ ତିନି ଦିନ ମଧ୍ୟ ଆକାଶ ମେଘାଚ୍ଛନ୍ନ ରହିବ। ଫଳରେ ପାଗ ଥଣ୍ଡା ରହିବ। ଏଥିଯୋଗୁ ବାତ୍ୟାର ପ୍ରକୋପ କମ୍‌ ରହିବ ଓ ଧୀରେ ଧୀରେ ଦୁର୍ବଳ ହୋଇ ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ଆଡ଼କୁ ଚାଲିଯିବ ବୋଲି ଅନୁମାନ କରାଯାଇଛି। ତେବେ ଏହା କେଉଁଠି ସ୍ଥଳଭାଗ ଛୁଇଁବ ସେନେଇ ପାଣିପାଗ ବିଭାଗ ପକ୍ଷରୁ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନାହିଁ।
ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତ୍‌ସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲାରେ ୧୦ ଓ ୧୧ ଦୁଇଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟା ଯୋଗୁ ସମୁଦ୍ର ଅଶାନ୍ତ ରହିବ। ୯ ଓ ୧୦ ତାରିଖରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି, ୧୦ରେ ବାତ୍ୟା ଉପକୂଳ ନିକଟବର୍ତ୍ତୀ ହେଲା ପରେ ଦିଗ ବଦଳାଇପାରେ। ଦିଗ ବଦଳାଇବା ପରେ ବାତ୍ୟା ଦୁର୍ବଳ ହେବା ସମ୍ଭାବନା ରହିଛି। ସ୍ଥଳଭାଗ ଛୁଇଁବା ବେଳକୁ ଏହା ଦୁର୍ବଳ ହୋଇଯାଇପାରେ। ଲଘୁଚାପ ପ୍ରଭାବରେ ଆଣ୍ଡାମାନ ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆକାଶ ମେଘାଚ୍ଛନ୍ନ ରହିଛି। ସେଠାରେ ୪୦ରୁ ୫୦ କି.ମି. ବେଗରେ ପବନ ବହୁଛି।
ଅନ୍ୟପକ୍ଷରେ ବାତ୍ୟାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତିକୁ ମଧ୍ୟ ଜୋରଦାର କରିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ପ୍ରଦୀପ ଜେନା ଗୁରୁବାର ବାତ୍ୟା ପ୍ରସ୍ତୁତି ନେଇ ୧୮ ଜିଲାର ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି କହିଛନ୍ତି ଯେ ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୭୫ ଅଗ୍ନିଶମ ବାହିନୀ, ୨୦ ଓଡ୍ରାଫ୍‌ ଏବଂ ୧୭ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ସଜାଗ ରଖାଯାଇଛି। ଆବଶ୍ୟକ ସ୍ଥଳେ ସେ ସବୁକୁ ମୁତୟନ କରାଯିବ। ଶନିବାର ସା ସୁଦ୍ଧା ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ପଷ୍ଟ ଚିତ୍ର ମିଳିବ। ବିଭିନ୍ନ ଜରାଶ୍ରମ, ଅନାଥାଶ୍ରମଗୁଡ଼ିକର ଅନ୍ତେବାସୀଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବା ଲାଗି ସାମାଜିକ ସଶକ୍ତୀକରଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଗର୍ଭବତୀ ମହିଳାମାନଙ୍କୁ ମଧ୍ୟ ଆବଶ୍ୟକ ସ୍ଥଳେ ଡାକ୍ତରଖାନାକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି। ଚାଷୀଙ୍କ ଫସଲର ସୁରକ୍ଷା ପାଇଁ ଆବଶ୍ୟକ ପରାମର୍ଶନାମା ଜାରି କରିବାକୁ କୃଷି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ ଓ ପୂର୍ତ୍ତ ବିଭାଗ ଇଞ୍ଜିନିୟରିଂ ଟିମ୍‌କୁ ସଜାଗ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ସଂଖ୍ୟକ ଗଛ କଟାଳି ପ୍ରସ୍ତୁତ ରଖିବାକୁ ଜଙ୍ଗଲ ବିଭାଗକୁ କୁହାଯାଇଛି। ଟେଲିକମ୍‌ ସେବା ଯୋଗାଉଥିବା କମ୍ପାନୀଗୁଡ଼ିକ ସହ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି। ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ରାଜ୍ୟ ଆଇଟି ସଚିବଙ୍କ ଉପସ୍ଥିତିରେ ସେମାନଙ୍କୁ ବାତ୍ୟାବେଳେ ନିରବଚ୍ଛିନ୍ନ ସେବା ଜାରି ରଖିବାକୁ ଆବଶ୍ୟକ ପ୍ରସ୍ତୁତି କରିବାକୁ କୁହାଯାଇଛି। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲାପାଳମାନଙ୍କୁ ବିଭିନ୍ନ ପ୍ରସଙ୍ଗରେ ମଗାଯାଇଥିବା ତଥ୍ୟ ପହଞ୍ଚିଛି। ରାଜ୍ୟର କୌଣସି ସ୍ଥାନରେ ଶୁଖିଲା ଖାଦ୍ୟର ଅଭାବ ନାହିଁ। ଯଥେଷ୍ଟ ପରିମାଣରେ ଶୁଖିଲା ଖାଦ୍ୟ ଗଚ୍ଛିତ ଥିବା ନେଇ ଜିଲାପାଳମାନେ ରିପୋର୍ଟ ଦେଇଛନ୍ତି। ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ପାଇଁ ମଧ୍ୟ ଜିଲାପାଳମାନେ ପଦକ୍ଷେପ ନେଉଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ବାତ୍ୟାକୁ ନେଇ ଚିତ୍ର ସ୍ପଷ୍ଟ ହେବା ପରେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ସ୍ତରରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ହେବ ବୋଲି ଏସ୍‌ଆରସି ସୂଚନା ଦେଇଛନ୍ତି। ୮ତାରିଖ ସକାଳ ସୁଦ୍ଧା ସମସ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ରରେ ରହିଥିବା ମତ୍ସ୍ୟଜୀବୀଙ୍କୁ ଫେରାଇ ଆଣିବାରେ ସହଯୋଗ କରିବାକୁ ଭାରତୀୟ ନୌସେନା ଓ ତଟରକ୍ଷୀ ବାହିନୀକୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ୮ ତାରିଖରୁ ଯେଭଳି କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯିବେନି ତାହା ନିଶ୍ଚିତ କରିବାକୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନଠୁ ଆରମ୍ଭ ଐତିହାସିକ ଚନ୍ଦନ ଯାତ୍ରା: ଉଠିଲା ଶୁଭଖୁଣ୍ଟ

ଗଞ୍ଜାମ,୨୮।୩(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡର କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର…

ଓକିଲ ସଂଘ ନିର୍ବାଚନ: ମଇଦାନରେ ୬ ପ୍ରାର୍ଥୀ, ସରଗରମ କୋର୍ଟ ପରିସର

ପୁରୁଷୋତ୍ତମପୁର,୨୮।୩ (ସବିତା ମିଶ୍ର): ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଚାଲିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟ ପରିସରରେ ନିର୍ବାଚନ ଉଷ୍ମତା ସରଗରମ ହୋଇଉଠିଛି…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି।…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ: ମଇଦାନରେ ଅଛନ୍ତି ଏମାନେ, ଆଜି ଫଳାଫଳ ଘୋଷଣା

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାର…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମୋଦି-ଟ୍ରମ୍ପଙ୍କ ଫୋନ କଲ୍‌ରେ ଏଲନ ମସ୍କଙ୍କ ଉପସ୍ଥିତିକୁ ନେଇ କୂଟନୈତିକ ମହଲରେ ହଇଚଇ

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଉପରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ହୋଇଥିବା ଫୋନ ଆଲୋଚନା ବହୁତ ଚର୍ଚ୍ଚା ସୃଷ୍ଟି କରୁଛି। କିନ୍ତୁ ଏହି ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri