୮ରେ ଦାନାବାନ୍ଧିବ ବାତ୍ୟା

ଭୁବନେଶ୍ୱର,୭ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଶନିବାର ଏହା ଅବପାତ (ଡିପ୍ରେସନ)ରେ ପରିଣତ ହେବ। ରବିବାର ସା ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବା ସମ୍ଭାବନା ରହିଛି। ଏହାପରେ ସାମୁଦ୍ରିକ ଝଡ଼ ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବ। ୧୦ ତାରିଖ ସୁଦ୍ଧା ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳକୁ ମୁହାଁଇବ। ବାତ୍ୟା ପୁଣି ଗତିପଥ ବଦଳାଇ ଉତ୍ତର- ପୂର୍ବ ଦିଗକୁ ଗତି କରି ୧୧ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ାକୁ ଘଷି ହୋଇ ଯିବା ସମ୍ଭାବନା ରହିଛି। ବାତ୍ୟା ସ୍ଥଳଭାଗକୁ ଛୁଇଁବା ପୂର୍ବରୁ ଘଣ୍ଟା ପ୍ରତି ବେଗ ୧୦୦ରୁ ୧୧୦ କି.ମି. ରହିବ। ସ୍ଥଳଭାଗ ନିକଟକୁ ଆସିବା ବେଳକୁ ଏହା ଧୀରେ ଧୀରେ ଦୁର୍ବଳ ହେବ। ଏହାର ବେଗ ଘଣ୍ଟା ପ୍ରତି ୭୦ରୁ ୮୦ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ରାଜ୍ୟରେ କାଳବୈଶାଖୀଜନିତ ବର୍ଷା ଯୋଗୁ ପାଗ ଥଣ୍ଡା ରହିଛି। ଆସନ୍ତା ଦୁଇ ତିନି ଦିନ ମଧ୍ୟ ଆକାଶ ମେଘାଚ୍ଛନ୍ନ ରହିବ। ଫଳରେ ପାଗ ଥଣ୍ଡା ରହିବ। ଏଥିଯୋଗୁ ବାତ୍ୟାର ପ୍ରକୋପ କମ୍‌ ରହିବ ଓ ଧୀରେ ଧୀରେ ଦୁର୍ବଳ ହୋଇ ପଶ୍ଚିମବଙ୍ଗ କିମ୍ବା ବାଂଲାଦେଶ ଆଡ଼କୁ ଚାଲିଯିବ ବୋଲି ଅନୁମାନ କରାଯାଇଛି। ତେବେ ଏହା କେଉଁଠି ସ୍ଥଳଭାଗ ଛୁଇଁବ ସେନେଇ ପାଣିପାଗ ବିଭାଗ ପକ୍ଷରୁ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନାହିଁ।
ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଜଗତ୍‌ସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲାରେ ୧୦ ଓ ୧୧ ଦୁଇଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି। ବାତ୍ୟା ଯୋଗୁ ସମୁଦ୍ର ଅଶାନ୍ତ ରହିବ। ୯ ଓ ୧୦ ତାରିଖରେ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଶରତ ସାହୁ କହିଛନ୍ତି, ୧୦ରେ ବାତ୍ୟା ଉପକୂଳ ନିକଟବର୍ତ୍ତୀ ହେଲା ପରେ ଦିଗ ବଦଳାଇପାରେ। ଦିଗ ବଦଳାଇବା ପରେ ବାତ୍ୟା ଦୁର୍ବଳ ହେବା ସମ୍ଭାବନା ରହିଛି। ସ୍ଥଳଭାଗ ଛୁଇଁବା ବେଳକୁ ଏହା ଦୁର୍ବଳ ହୋଇଯାଇପାରେ। ଲଘୁଚାପ ପ୍ରଭାବରେ ଆଣ୍ଡାମାନ ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆକାଶ ମେଘାଚ୍ଛନ୍ନ ରହିଛି। ସେଠାରେ ୪୦ରୁ ୫୦ କି.ମି. ବେଗରେ ପବନ ବହୁଛି।
ଅନ୍ୟପକ୍ଷରେ ବାତ୍ୟାକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତିକୁ ମଧ୍ୟ ଜୋରଦାର କରିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆରସି) ପ୍ରଦୀପ ଜେନା ଗୁରୁବାର ବାତ୍ୟା ପ୍ରସ୍ତୁତି ନେଇ ୧୮ ଜିଲାର ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଶୁକ୍ରବାର ଗଣମାଧ୍ୟମକୁ ସୂଚନା ଦେଇ ଏସ୍‌ଆରସି କହିଛନ୍ତି ଯେ ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୭୫ ଅଗ୍ନିଶମ ବାହିନୀ, ୨୦ ଓଡ୍ରାଫ୍‌ ଏବଂ ୧୭ ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ସଜାଗ ରଖାଯାଇଛି। ଆବଶ୍ୟକ ସ୍ଥଳେ ସେ ସବୁକୁ ମୁତୟନ କରାଯିବ। ଶନିବାର ସା ସୁଦ୍ଧା ସମ୍ଭାବ୍ୟ ବାତ୍ୟାକୁ ନେଇ ସ୍ପଷ୍ଟ ଚିତ୍ର ମିଳିବ। ବିଭିନ୍ନ ଜରାଶ୍ରମ, ଅନାଥାଶ୍ରମଗୁଡ଼ିକର ଅନ୍ତେବାସୀଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବା ଲାଗି ସାମାଜିକ ସଶକ୍ତୀକରଣ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଗର୍ଭବତୀ ମହିଳାମାନଙ୍କୁ ମଧ୍ୟ ଆବଶ୍ୟକ ସ୍ଥଳେ ଡାକ୍ତରଖାନାକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି। ଚାଷୀଙ୍କ ଫସଲର ସୁରକ୍ଷା ପାଇଁ ଆବଶ୍ୟକ ପରାମର୍ଶନାମା ଜାରି କରିବାକୁ କୃଷି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ ଓ ପୂର୍ତ୍ତ ବିଭାଗ ଇଞ୍ଜିନିୟରିଂ ଟିମ୍‌କୁ ସଜାଗ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆବଶ୍ୟକ ସଂଖ୍ୟକ ଗଛ କଟାଳି ପ୍ରସ୍ତୁତ ରଖିବାକୁ ଜଙ୍ଗଲ ବିଭାଗକୁ କୁହାଯାଇଛି। ଟେଲିକମ୍‌ ସେବା ଯୋଗାଉଥିବା କମ୍ପାନୀଗୁଡ଼ିକ ସହ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଛି। ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀ ଓ ରାଜ୍ୟ ଆଇଟି ସଚିବଙ୍କ ଉପସ୍ଥିତିରେ ସେମାନଙ୍କୁ ବାତ୍ୟାବେଳେ ନିରବଚ୍ଛିନ୍ନ ସେବା ଜାରି ରଖିବାକୁ ଆବଶ୍ୟକ ପ୍ରସ୍ତୁତି କରିବାକୁ କୁହାଯାଇଛି। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲାପାଳମାନଙ୍କୁ ବିଭିନ୍ନ ପ୍ରସଙ୍ଗରେ ମଗାଯାଇଥିବା ତଥ୍ୟ ପହଞ୍ଚିଛି। ରାଜ୍ୟର କୌଣସି ସ୍ଥାନରେ ଶୁଖିଲା ଖାଦ୍ୟର ଅଭାବ ନାହିଁ। ଯଥେଷ୍ଟ ପରିମାଣରେ ଶୁଖିଲା ଖାଦ୍ୟ ଗଚ୍ଛିତ ଥିବା ନେଇ ଜିଲାପାଳମାନେ ରିପୋର୍ଟ ଦେଇଛନ୍ତି। ଦରଦାମ ବୃଦ୍ଧି ଉପରେ ନିୟନ୍ତ୍ରଣ ପାଇଁ ମଧ୍ୟ ଜିଲାପାଳମାନେ ପଦକ୍ଷେପ ନେଉଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ। ବାତ୍ୟାକୁ ନେଇ ଚିତ୍ର ସ୍ପଷ୍ଟ ହେବା ପରେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ସ୍ତରରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ହେବ ବୋଲି ଏସ୍‌ଆରସି ସୂଚନା ଦେଇଛନ୍ତି। ୮ତାରିଖ ସକାଳ ସୁଦ୍ଧା ସମସ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରୁ ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମୁଦ୍ରରେ ରହିଥିବା ମତ୍ସ୍ୟଜୀବୀଙ୍କୁ ଫେରାଇ ଆଣିବାରେ ସହଯୋଗ କରିବାକୁ ଭାରତୀୟ ନୌସେନା ଓ ତଟରକ୍ଷୀ ବାହିନୀକୁ ରାଜ୍ୟ ସରକାର ଚିଠି ଲେଖିଛନ୍ତି। ୮ ତାରିଖରୁ ଯେଭଳି କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯିବେନି ତାହା ନିଶ୍ଚିତ କରିବାକୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri